ଭୁବନେଶ୍ବର,୫।୪ : ଏପ୍ରିଲ ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ  ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ବର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ସମୟରେ  ଅଭିଯୋଗ ଶୁଣାଣିର ତାରିଖ ଜଣାଇ ଦିଆଯିବ। ଏ ନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।