ଭୁବନେଶ୍ୱର,୨୩/୦୧; ବସ୍ ଦୁର୍ଘଟଣାରେ ଆଖି ବୁଜିଥିବା ଜଣାଶୁଣା ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ପରିବାରକୁ ସହାୟତା ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯାଇଛି ।
ସିଏମ୍ଓ ଏକ୍ସ ପକ୍ଷରୁ ଲେଖାଯାଇଛି କି ,''ବୈଦ୍ୟୁତିକ ଗଣମାଧ୍ୟମ ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ପ୍ରାଣହାନି ଘଟଣା ଅତ୍ୟନ୍ତ ଦୁଃଖଦାୟକ ଥିଲା । ନିଚ୍ଛକ ସମ୍ବାଦ ପରିବେଷଣ ଏବଂ ଦାୟିତ୍ବସମ୍ପନ୍ନ ସାମ୍ବାଦିକା ଭାବେ ତାଙ୍କ ଅବଦାନ ପ୍ରତି ସମ୍ମାନ ଜଣାଇବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF)ରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ବୈଦ୍ୟୁତିକ ଗଣମାଧ୍ୟମ ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ପ୍ରାଣହାନି ଘଟଣା ଅତ୍ୟନ୍ତ ଦୁଃଖଦାୟକ ଥିଲା। ନିଚ୍ଛକ ସମ୍ବାଦ ପରିବେଷଣ ଏବଂ ଦାୟିତ୍ବସମ୍ପନ୍ନ ସାମ୍ବାଦିକା ଭାବେ ତାଙ୍କ ଅବଦାନ ପ୍ରତି ସମ୍ମାନ ଜଣାଇବା ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ…
— CMO Odisha (@CMO_Odisha) January 23, 2026
ବୈଦ୍ୟୁତିକ ଗଣମାଧ୍ୟମର ଜଣେ କର୍ମଠ ସାମ୍ବାଦିକା ଥିଲେ ଶିଲା ପଟ୍ଟନାୟକ । ଗତ ଜାନୁଆରୀ ୬ ତାରିଖରେ ଭୟଙ୍କର ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିଲା ଶିଲା । ମଙ୍ଗଳପୁର ପିପିଲି ରାସ୍ତାରେ ତାଙ୍କ ସ୍କୁଟିକୁ ବସ୍ ଧକ୍କା ଦେବା ଫଳରେ ଶିଲାଙ୍କ ସମେତ ୨ ଜଣଙ୍କର ମୃତ୍ୟୁ ହୋଇଥିଲା । ଶିଲାଙ୍କୁ ହରାଇ ସମଗ୍ର ଓଡ଼ିଶା ମିଡିଆରେ ଶୋକର ଛାୟା ଖେଳି ଯାଇଥିଲା । ତାଙ୍କ ପରିବାର ଆଜି ଶିଲାଙ୍କ ବିୟୋଗକୁ ବିଶ୍ୱାସ କରିପାରୁନାହାନ୍ତି ।