ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ସିଙ୍ଗାପୁର ଗସ୍ତ ପୂର୍ବରୁ ଭୁବନେଶ୍ୱର ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ଗଣ ମାଧ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି

Published By : Harapriya Sethi | November 16, 2024 2:34 PM

ଭୁବନେଶ୍ୱର,୧୬/୧୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ମୁଁ ଆଜି ଏକ ବରିଷ୍ଠ ପ୍ରତିନିଧି ମଣ୍ଡଳର ନେତୃତ୍ୱ ନେଇ ସିଙ୍ଗାପୁର ଅଭିମୁଖେ ବାହାରିଛି । ଭାରତ ବାହାରେ ଏହା ହେଉଛି ମୋର ପ୍ରଥମ ଇନ୍‌ଭେଷ୍ଟର୍ସ ମିଟ୍‌ । ମୋର ପୁରା ବିଶ୍ୱାସ ଯେ, ଏ ଯାତ୍ରା ନିଶ୍ଚୟ ସଫଳ ହେବ। 

ମୁଁ ଆଶା କରୁଛି ଯେ, ଯେତେବେଳେ ସାରା ବିଶ୍ୱରୁ ଇନ୍‌ଭେଷ୍ଟର୍ସ ମାନେ ଭାରତରେ ଇନ୍‌ଭେଷ୍ଟ କରିବାକୁ ଚାହିଁବେ, ସେତେବେଳେ ଓଡିଶା ସେମାନଙ୍କର ପ୍ରଥମ ପସନ୍ଦର କ୍ଷେତ୍ର ହେବ । ସିଙ୍ଗାପୁରରେ ମୋର ସ୍ପଷ୍ଟ ବାର୍ତ୍ତା ହେବ ଯେ, ବିଜ୍‌ନେସ୍‌ କରିବା ପାଇଁ ଓଡିଶା ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ଅଛି ଏବଂ ଭାରତର ବିକାଶର କାହାଣୀରେ ଓଡିଶା ସମସ୍ତଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇ ଉଭା ହେବା ପାଇଁ ପ୍ରସ୍ତୁତ ଅଛି । 

ନିଜର ଉନ୍ନତ ଶିଳ୍ପ ବାତାବରଣ ପାଇଁ ସିଙ୍ଗାପୁର ପ୍ରସିଦ୍ଧ । ଏଠାରେ ରସାୟନ, ପେଟ୍ରୋକେମିକାଲ୍‌ସ, ସବୁଜ ଶକ୍ତି, ଲଜିଷ୍ଟିକ୍‌ସ, ଜାହାଜ ନିର୍ମାଣ, ଆର୍ଥିକ ସେବା, ଇଲୋକ୍ଟ୍ରୋନିକ୍‌ସ ଓ ସେମିକଣ୍ଡକ୍ଟର, ଖାଦ୍ୟ ପ୍ରକ୍ରିୟାକରଣ ଓ ବସ୍ତ୍ର ନିର୍ମାଣ ଆଦି କ୍ଷେତ୍ରରେ ବିଶ୍ୱର ବଡ ବଡ କମ୍ପାନୀମାନେ କାମ କରୁଛନ୍ତି । ଆମେ ସେହି ସବୁ କମ୍ପାନୀ ଗୁଡିକର ଶୀର୍ଷ ନେତୃତ୍ୱ ମାନଙ୍କ ସହିତ ଆଲୋଚନା କରିବୁ ଏବଂ ଓଡିଶାର ପ୍ରାକୃତିକ ସମ୍ବଳ, ଦକ୍ଷ ମାନବ ସମ୍ବଳ ଓ ଆମର ଉନ୍ନତ ଶିଳ୍ପ ନୀତି ଗୁଡିକ ସମ୍ପର୍କରେ ସେମାନଙ୍କୁ ଜଣାଇବୁ ।

ମୁଁ ଓଡିଶାର ସାଢେ ଚାରି କୋଟି ଲୋକଙ୍କ ପକ୍ଷରୁ ଆମର ଟିମ୍‌କୁ ନେଇ ବିଦେଶ ଯାତ୍ରା କରୁଛି । ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱ ମାନଙ୍କୁ ବିକଶିତ ଓଡିଶା ଗଠନ ପାଇଁ, ଓଡିଶାରେ ବ୍ୟାପକ ପୁଞ୍ଜି ନିବେଶ କରିବା ପାଇଁ ଓ ବହୁ ସଂଖ୍ୟାରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ଆମେ ସେମାନଙ୍କୁ ନିମନ୍ତ୍ରଣ କରିବୁ। ଆମେ ସିଙ୍ଗାପୁରରେ ଟୁଆସ୍ ପୋର୍ଟ, ଜୁରାଙ୍ଗ ପେଟ୍ରୋକେମିକାଲ୍‌ସ କମ୍ପ୍ଲେକ୍ସ ଏବଂ ITEES ସିଙ୍ଗାପୁର ଭଳି କେତେକ ବିଶ୍ୱ ସ୍ତରୀୟ କମ୍ପାନୀ ପରିଦର୍ଶନ କରିବୁ । ସେମାନଙ୍କର ଉନ୍ନତ ବ୍ୟବସ୍ଥାକୁ ବୁଝିବା ସହିତ ଓଡିଶାରେ ମଧ୍ୟ ସେହି ଭଳି ବା ତା ଠାରୁ ଅଧିକ ଉନ୍ନତ ବ୍ୟବସ୍ଥା କାର୍ଯ୍ୟକାରୀ କରିବୁ। 

ମୁଁ ସିଙ୍ଗାପୁର ଏବଂ ପଡୋଶୀ ଏସିଆନ ଦେଶମାନଙ୍କରେ ଥିବା ପ୍ରବାସୀ ଓଡିଆ ଭାଇଭଉଣୀମାନଙ୍କୁ ମଧ୍ୟ ଭେଟିବି । ସେମାନେ ଓଡିଆ ଭାଷା ଓ ସଂସ୍କୃତିର ବ୍ରାଣ୍ଡ ଆମ୍ବାସାଡର ହୋଇ ଆମକୁ ଗୌରବାନ୍ୱିତ କରିଛନ୍ତି । ଓଡିଶା ଓ ସିଙ୍ଗାପୁରର ସମ୍ପର୍କକୁ ମଜବୁତ କରିବାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି । ସେମାନଙ୍କ ସହିତ ଆଲୋଚନା କରି ଏ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ସେମାନଙ୍କ ମତାମତ ଗ୍ରହଣ କରିବୁ। 

ମୁଁ ଆଶା କରୁଛି ଯେ, ଏହି ଯାତ୍ରା ଯୋଗୁ ଓଡିଶାରେ ଟେକ୍‌ସଟାଇଲସ୍, କେମିକାଲ୍‌ସ, ଗ୍ରୀନ ଏନର୍ଜି, ଲଜିଷ୍ଟିକ୍‌ସ, ସିପ୍‌ ବିଲ୍‌ଡିଙ୍ଗ ଓ ଇଲେକ୍ଟ୍ରୋନିକ୍‌ସ କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି ହେବ । ଏହା ଦ୍ୱାରା ଓଡିଶାରେ ଯୁବକମାନଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.