ପ୍ରମୂଖ ଖବର
  • କନ୍ଧମାଳ : ପୁଅର ମୁଣ୍ଡକୁ ପଥରରେ ଛେଚି ହତ୍ୟା କଲା ବାପା
  • ||
  • ୪ ଡିସମିଲ ଜାଗାରୁ କମ ଥିଲେ ଭୂମିହୀନ ଭାବେ ଗଣନା କରାଯିବ: ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ଦିଲ୍ଲୀ ଗସ୍ତରେ ଚିକିଟି ବିଧାୟକ, ନିର୍ବାଚନ ମଣ୍ଡଳୀର ବିକାଶ ନେଇ ତିନି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି କଲେ ଆଲୋଚନା…

Published By : Prameya | May 19, 2025 10:28 PM

ପାତ୍ରପୁର ୧୯/୦୫: ଚିକିଟି ବିଧାୟକ ଶ୍ରୀ ମନୋରଞ୍ଜନ ଦ୍ୟାନ ସାମନ୍ତରା ଆଜି ଦିଲ୍ଲୀରେ କେନ୍ଦ୍ରୀୟ ରେଳ ମନ୍ତ୍ରୀ ଶ୍ରୀଯୁକ୍ତ ଅଶ୍ୱିନୀ ବୈଷ୍ଣବଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରି ଚିକିଟି ନିର୍ବାଚନ ମଣ୍ଡଳୀର ରେଳ ସମ୍ପର୍କିତ ଅନେକ ସମସ୍ୟା ବିଷୟରେ ଆଲୋଚନା କରିଥିଲେ I ତାଙ୍କର ନେତୃତ୍ୱ ଓ ଦୂରଦୃଷ୍ଟି ପାଇଁ ଓଡ଼ିଶାରେ ଅନେକ ରେଳ ପ୍ରକଳ୍ପ ସଫଳତାର ସହ କାର୍ଯ୍ୟକାରୀ ହେଉଛି ଯାହା ପାଇଁ ତାଙ୍କୁ କୃତଜ୍ଞତା ଜଣାଇଥିଲେ I

ଚିକିଟି ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ଦୀର୍ଘଦିନର ଦାବି ଗୁଡ଼ିକୁ ବିଧାୟକ ମାନ୍ୟବର ମନ୍ତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ I ଗୁଡିପଦର ଠାରେ ଏକ ପାସେଞ୍ଜର ହଲ୍ଟ ନିର୍ମାଣ, ସୁରଳ ରୋଡ ଷ୍ଟେସନରେ ଅଧିକ ଟ୍ରେନର ରହଣି, ସୁରଳ କିମ୍ବା ଗୋଳନ୍ଥରା ନିକଟରେ ଏକ କୋଚ୍ ଡିପୋ ସ୍ଥାପନ ଏବଂ ବ୍ରହ୍ମପୁରରେ ସମସ୍ତ ଦୂରଗାମୀ ଟ୍ରେନ୍‌ର ରହଣି ପ୍ରଭୃତି ବିଷୟରେ ଆଲୋଚନା କରାଗଲା।

ଓଡିଶା ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ୍‌ର ବିସ୍ତାର, ହାଓଡ଼ା-ଭୁବନେଶ୍ୱର ଜନଶତାବ୍ଦୀ ଏକ୍ସପ୍ରେସ୍ ଏବଂ ରାଞ୍ଚି-ଭୁବନେଶ୍ୱର ଗରିବ ରଥ ଏକ୍ସପ୍ରେସ୍‌କୁ ବ୍ରହ୍ମପୁର ପର୍ଯ୍ୟନ୍ତ ବିସ୍ତାର କରିବା ପାଇଁ ମଧ୍ୟ ଅନୁରୋଧ କରିଥିଲେ। ଏହି ସବୁ ପ୍ରକଳ୍ପ ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶାର ରେଳ ସଂଯୋଗକୁ ମଜବୁତ କରିବ ବୋଲି ବିଧାୟକ କହିଛନ୍ତି l

ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ବୈଷ୍ଣବ ଅତ୍ୟନ୍ତ ସହୃଦୟତାର ସହ ଆମର ସମସ୍ତ ଦାବିକୁ ଶୁଣିଲେ ଏବଂ ସମ୍ଭାବ୍ୟ ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଆଶ୍ୱାସନା ଦେଲେ। ମୁଁ ବିଶ୍ୱାସ କରୁଛି ଯେ ତାଙ୍କ ନେତୃତ୍ୱରେ ଚିକିଟି ନିର୍ବାଚନ ମଣ୍ଡଳୀ ଏବଂ ଗଞ୍ଜାମ ଜିଲ୍ଲାର  ଜନସାଧାରଣଙ୍କ ଦୀର୍ଘଦିନର ରେଳ ସମ୍ପର୍କିତ ଆଶା ଓ ଆକାଂକ୍ଷା ପୂରଣ ହେବ। ସବକା ସାଥ, ସବକା ବିକାଶ ମନ୍ତ୍ରରେ ଆମେ ସମସ୍ତେ ଏକ ଉନ୍ନତ ଭାରତ ଗଠନ ଦିଗରେ ଅଗ୍ରସର ହେବା। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.