ଦିଗପହଣ୍ଡି ୧୭।୨: ଆଖିବୁଜିଲେ ଚିକିଟି ପିଇଓ ବି.ଦଣ୍ଡପାଣି ପାତ୍ର । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଥାନାରେ ହେବା ପରେ ସେ ବିଷ ପିଇ ଦେଇଥିଲେ ।
ଗଞ୍ଜାମ ଜିଲ୍ଲା ସୁନାପୁର ବେଳାଭୂମି ମହୋତ୍ସବ ଉଦ୍ଘାଟନ ଉତ୍ସବରେ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜଣେ ମହିଳା ଅତିରିକ୍ତ ତହସିଲଦାର ଡ୍ୟୁଟିରେ ଥିଲେ । ଭିଡ଼ ଭିତରେ ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ ତାଙ୍କୁ ଅଶାଳୀନ ବ୍ୟବହାର କରିଥିବା ନେଇ ସେ ଅଭିଯୋଗ ଆଣିଥିଲେ । ପଞ୍ଚାୟତ ନିର୍ବାହୀ ଅଧକାରୀ (ପିଇଓ)ଙ୍କ ନାଁରେ ଏପରି ସଙ୍ଗୀନ ଅଭିଯୋଗ ପରେ ଥାନାରେ ମାମଲା ରୁଜୁ ହୋଇଥିଲା। ଏହା ଜାଣିବା ପରେ ଅଭିଯୁକ୍ତ ପିଇଓ ବିଷ ପିଇଦେଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍କେସିଜି ଆଇସିୟୁରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିଲା । ବିଭାଗୀୟ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ନିକଟରେ ପୀଡ଼ିତା ଅଭିଯୋଗ କରିବା ପରେ ଅତିରିକ୍ତ ଉପଜିଲ୍ଲାପାଳଙ୍କୁ ଘଟଣାର ତଦନ୍ତ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା ।