ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ପୋଖରୀରେ ବୁଡ଼ି ଶିଶୁ ମୃତ

Published By : Gurupada Nath | June 5, 2025 9:08 PM

ବଡ଼ଚଣା,୫/୬ : ପାଣିରେ ବୁଡ଼ି ଶିଶୁର ମୃତ୍ୟୁ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବୈରୀ ଥାନା ଚମ୍ପାପୁର ପଂଚାୟତ ସପନପୁର ଗ୍ରାମରେ । ମୃତକ ସପନପୁର ଗାଁର ଗୋପାଳ ଚନ୍ଦ୍ର ଶାଶୁଙ୍କ ଏକମାତ୍ର ପୁଅ ରାକେଶ(୩) । 

ସୂଚନା ଅନୁସାରେ , ରାକେଶ ଘରେ ଅନ୍ୟ ପିଲାଙ୍କ ସହିତ ଖେଳୁଥିଲା ଏବଂ ତାଙ୍କର ମା ଗୁରୁବାର ମାଣ ଓଷା ପୂଜା କରୁଥିଲେ l କିଛି ସମୟ ପରେ ରାକେଶର ମା’ଜାଣିବାକୁ ପାଇଥିଲେ କି ତାଙ୍କ ପୁଅ ପୋଖରୀ ପାଣିରେ ବୁଡ଼ି ଯାଇଛି । ପରେ ତାକୁ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ମାତ୍ର ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ l ଏହି ଘଟଣାକୁ ନେଇ ବୈରୀ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରି ପରିବାରକୁ ହସ୍ତାନ୍ତର କରିଥିଲା l 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.