ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ଉତ୍କଳ ବାଳାଶ୍ରମରେ ଶିଶୁ ଦିବସ ପାଳିତ

ପୁରୀ, ୧୪/୧୧ : ଶିଶୁ ହସିଲେ ଦୁନିଆ ହସେ। ଆଉ ପ୍ରତିଟି ଶିଶୁ ମଧ୍ୟରେ ପ୍ରତିଭା ପୁରି ରହିଛି। ଏହି ପ୍ରତିଭାର ଉନ୍ମେଷ ପାଇଁ ପ୍ରତ୍ୟେକ ଉଦ୍ୟମ କରିବାକୁ ଶିଶୁ ଦିବସରେ ଆହ୍ଵାନ ଦେଇଛନ୍ତି ପୁରୀ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ। ମଙ୍ଗଳବାର ପୂର୍ବାହ୍ନରେ ଉତ୍କଳ ବାଳାଶ୍ରମ ପରିସରରେ ଶିଶୁ ଦିବସ ପାଳିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଯୋଗ ଦେଇଥିଲେ।

ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ କହିଥିଲେ ଯା, ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ଶିଶୁମାନଙ୍କୁ ଅତ୍ୟନ୍ତ ସ୍ନେହ କରୁଥିବାରୁ। ତେଣୁ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ଭାବେ ପାଳନ କରାଯାଉଛି। ପିଲାମାନଙ୍କର ସର୍ବାଙ୍ଗୀନ ବିକାଶ ଓ ଉନ୍ନତି ପାଇଁ ପ୍ରତ୍ୟେକ ଚେଷ୍ଟିତ ହେବାକୁ ସେ ପରାମର୍ଶ ଦେଇଥିଲେ। ଶିଶୁମାନେ ଦେବଶିଶୁ, ସେମାନଙ୍କ ଉପଯୁକ୍ତ ପରିଚର୍ଯ୍ୟା, ଲାଳନପାଳନ, ଚରିତ୍ର ଗଠନ ଓ ଶୃଙ୍ଖଳା ରକ୍ଷାରେ ପ୍ରତ୍ୟେକ ବ୍ରତୀ ହେବାକୁ ଜିଲ୍ଲା ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷ ଅଜିତ କୁମାର ମହାପାତ୍ର ଆହ୍ୱାନ ଦେଇଥିଲେ। ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ରେଡ଼କ୍ରସର ବରିଷ୍ଠ ସଦସ୍ୟ ଜୟନ୍ତୀ ମହାପାତ୍ର, ବାଳାଶ୍ରମର ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ। ପରେ ସମସ୍ତ ପିଲାମାନଙ୍କୁ ପୋଷାକ ଓ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ପିଲାମାନେ ଆଜି ଜିଲ୍ଲା ପ୍ରଶାସନର ସହଯୋଗରେ ସୁଆଣ୍ଡୋ ସ୍ଥିତ ଗୋପବନ୍ଧୁ ସ୍ମୃତି ପୀଠ ବୁଲିଥିଲେ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.