ପୁରୀ, ୦୪/୦୮: ରବିବାର ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା । ଏହି ତିଥିରେ ଶ୍ରୀବିଗ୍ରହଙ୍କ ରତ୍ନଚିତା ଲାଗି ବିଧି ଅନୁଷ୍ଠିତ ହେବ । ପ୍ରଥମ ଭୋଗମଣ୍ଡପ ଶେଷ ପରେ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ । ଏଣୁ ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ମନା ବୋଲି ଶ୍ରୀମନ୍ଦିର ପ୍ରଶାସନ ଲୋକସମ୍ପର୍କ ଅଧିକାରୀ ଜିତେନ୍ଦ୍ର କୁମାର ମହାନ୍ତି କହିଛନ୍ତି । ସ୍ନାନପୂର୍ଣ୍ଣମୀରେ ଠାକୁରେ ଅଣସରକୁ ବିଜେ ଅବସରରେ ଏହି ଚିତାକୁ କଢାଯାଇଥିଲା । ରବିବାର ଅସଲ ରତ୍ନଚିତା ଲାଗି ହେବେ । ତିନିବାଡ଼ର ବାଡ଼ଗ୍ରାହୀ ଓ ଦଇତାପତି ଏହି ଅଳଙ୍କାର ଶ୍ରୀଅଙ୍ଗରେ ଲାଗି କରିବେ । ପୁଷ୍ପାଳକ ସେବାୟତ ତିନିବାଡରେ ମଇଲମ କରିବେ । ଶ୍ରୀଦେବୀ ଓ ଭୂଦେବୀଙ୍କୁ ପୁଷ୍ପାଳକ ସେବକମାନେ ରତ୍ନ ସିଂହାସନରୁ ହାତରେ ବିଜେ କରାଇ ଆଣି ଖଟ ଶେଜରେ ବିଜେ କରିବେ । ସୁଦ୍ଧସୁଆରମାନେ ରତ୍ନସିଂହାସନ ତଳେ ସ୍ୱର୍ଣ୍ଣ ଓଷ ପ୍ରସ୍ତୁତ କରିବେ । ବାଡଗ୍ରାହୀମାନେ ଶୁଦ୍ଧସୁଆର ଦେଇଥିବା ଓଷ ଚିତାରେ ଲାଗି କରାଇବେ । ପାଟରା ଦେଇଥିବା ପାଟଡୋର ଫିତାରେ ବାନ୍ଧି ଶ୍ରୀମସ୍ତକରେ ଚିତା ଲାଗି ହେବ । ଏଥିରେ ଦୁର୍ମୂଲ୍ୟ ପଥର ସବୁ ସ୍ଥାପନ ହୋଇଥିବ । ପୁଣି ଆସନ୍ତା ବର୍ଷ ସ୍ନାନପୂର୍ଣ୍ଣମୀ ପର୍ଯ୍ୟନ୍ତ ଚିତା ଅକ୍ଷତ ରହିବ ।
ନୀରବତା ପରେ ନବୀନଙ୍କ ସଙ୍ଗଠନ ମଜଭୁତ ପାଗଭିଡ଼ା: ଅକ୍ଟ...