ମାଲକାନଗିରି, ୨୯/୪ : ରାଜ୍ୟର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ହୋଇଛି । ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ସ୍ୱାଧୀନ ପ୍ରାର୍ଥୀ ହରିବନ୍ଧୁ ଗୋଲୋରୀ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି । ସେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଥିବା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ପ୍ରକାଶ କରିଛନ୍ତି ।
ଏହି ନିର୍ବାଚନ ମଣ୍ଡଳୀରେ ମୋଟ ୧୦ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବାବେଳେ ଆଜି ଜଣେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପରେ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀରେ ମୋଟ ୯ ଜଣ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି । ସେହିଭଳି ମାଲକାନଗିରି ନିର୍ବାଚନ ମଣ୍ଡଳୀରେ ମୋଟ ୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେକେ କୌଣସି ପ୍ରାର୍ଥୀ ପ୍ରତ୍ୟାହାର କରି ନ ଥିବା ଜଣାପଡିଛି ।