ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ଏସ୍.ମର୍ଦ୍ଦରାଜପୁର ଗ୍ରାମରେ ହଇଜା ଆତଙ୍କ, ୧୦ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି

Published By : Rasmita Pradhan | July 8, 2025 7:44 AM

ଦିଗପହଣ୍ଡି, ୮/୭ : ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ଅନ୍ତର୍ଗତ ଏସ୍.ମର୍ଦ୍ଦରାଜପୁର ଗ୍ରାମରେ ହଇଜା ଆତଙ୍କ। ୧୦ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ପାତ୍ରପୁର ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ୩ ଜଣ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କର ଚିକିତ୍ସା ଚାଲିଛି। ମଙ୍ଗଳବାର ସକାଳେ ପାତ୍ରପୁର ଗୋଷ୍ଠି ଉନ୍ନୟନ ଅଧିକାରୀ ଓ ମେଡିକାଲ୍ ଟିମ୍ ଏସ୍.ମର୍ଦ୍ଦରାଜପୁର ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। 

ସେହିପରି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍‌ ଉସ୍ତପଲ୍ଲୀରେ ଝାଡ଼ାବାନ୍ତି ସ୍ଥିତି ନିୟନ୍ତ୍ରଣ ବାହାରେ। ସୋମବାର ଉସ୍ତପଲ୍ଲୀ ଗାଁରେ ପ୍ରଶାସନ ପକ୍ଷରୁ ସ୍ଥିତି ଅନୁଧ୍ୟାନ କରାଯାଇଛି । ଖାଦ୍ୟ ବିଷାକ୍ତ କାରଣରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା କୁହାଯାଇଛି । ଅନ୍ୟପକ୍ଷରେ ରାଜ୍ୟ ରାପିଡ ଆକ୍ସନ ଟିମ୍‌ର ଡାକ୍ତର ସୁରଜିତ ଗରାବଡୁ, ଜାତୀୟ ଭାଇରାଲ୍‌ ହେପାଟାଇଟିସ ନିୟନ୍ତ୍ରଣ କାର୍ଯ୍ୟକ୍ରମର ପରାମର୍ଶଦାତା ଡାକ୍ତର କଲ୍ଲୋଳ ଦାସଙ୍କୁ ଉସ୍ତପଲ୍ଲୀ ଗ୍ରାମକୁ ପଠାଯାଇଛି ।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.