PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ ଓ ୨୦ଆହତ
  • ||
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ, ଖୁବ୍‌ଶୀଘ୍ର ଘୋଷଣା ହେବ ତାରିଖ…

ଭୁବନେଶ୍ୱର ୦୪/୦୭: ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଦେଇଛନ୍ତି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଏପ୍ରିଲ୍‌ ୨୮ ତାରିଖରୁ ଆରମ୍ଭ ହୋଇ ମେ ୨୮ରେ ଶେଷ ହୋଇଥିଲା।

ସୂଚନା ମୁତାବିକ, ଚଳିତ ବର୍ଷ ୩ ଲକ୍ଷ ୨୧ ହଜାର ୫୦୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୭ ଓ ବାଣିଜ୍ୟରେ ୨୪ ହଜାର ୧୩୬ ଏବଂ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ଧନ୍ଦାମୂଳକ ବିଷୟରେ କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଶେଷ ପର୍ଯ୍ୟାୟ ପହଞ୍ଚିଥିବା ସୂଚନା ମିଳିଛି। ଖୁବ୍‌ଶୀଘ୍ର ସିଏଚ୍‌ଏସ୍‌ଇ କର୍ତ୍ତୃପକ୍ଷର ଫଳ ପ୍ରକାଶ ପାଇଁ ତାରିଖ ଘୋଷଣା କରିବେ।