PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଅଶାନ୍ତ ପୁରୀ : ଗୁଳିମାଡ଼ ପରେ ଛୁରାମାଡ଼

ପୁରୀ, ୨୪।୫ ଅଶାନ୍ତ ହୋଇପଡିଛି ପୁରୀ ସହର।   ଗୁଳିମାଡ଼ର କିଛି ସମୟ ପରେ ଛୁରାମାଡ଼ । ପ୍ରେମ ବ୍ୟାପାରକୁ ନେଇ ପୁରୀ ଏମାର ମଠ ନିକଟରେ ଗୁଳିମାଡ଼ରେ ଜଣେ ସେବାୟତଙ୍କ ମଙ୍ଗଳବାର ସନ୍ଧ୍ୟାରେ  ମୃତ୍ୟୁ ଘଟିଥିଲା। ଏହାର କିଛି  ସମୟ ପରେ ପୁଣି ବଳଗଣ୍ଡି ଛକରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ଯୁବକ ଜଣକ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ ସେବାୟତ ଶିବରାମ ପାତ୍ର ବାଇକ ଯୋଗେ ଘରୁ ଆସୁଥିବା ସମୟରେ ଦୁର୍ବୁତ୍ତ ମାନେ ଏମାର ମଠ ନିକଟରେ ତାଙ୍କ ମୁଣ୍ଡ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇ ଫେରାର ହୋଇଯାଇଥିଲେ।‌ ଘଟଣାସ୍ଥଳରେ ହିଁ ଶିବରାମ ଟଳି ପଡ଼ିଥିଲେ।  ପ୍ରେମ ବ୍ୟପାରକୁ ନେଇ ଏହି ଗୁଳି ମାଡ଼ ହୋଇଥିବା ଜଣାପଡିଛି। ଖବର ପାଇ ଘଟଣାସ୍ଥଳରେ ସିଂହଦ୍ଵାର, ଟାଉନ୍ ଥାନା ପୋଲିସ ସହ ଏସପି କନୱର ବିଶାଳ ସିଂ ପହଞ୍ଚି   ଘଟଣାର ତଦନ୍ତ କରିଥିଲେ। ତେବେ ଏହି ଘଟଣାର କିଛି ସମୟ ପରେ ବଳଗଣ୍ଡି ଛକରେ ଜଣେ ଯୁବକଙ୍କୁ  ଛୁରୀରେ ଆକ୍ରମଣ କରାଯାଇଥିଲା। ଗୁରୁତର ଅବସ୍ଥାରେ  ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।  ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।