ପ୍ରମୂଖ ଖବର
  • ହାଇପ୍ରୋଫାଇଲ ଠକ ଯୋଡି ହଂସିକା-ଅନିଲଙ୍କୁ ଆଶ୍ବସ୍ତି, ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍
  • ||
  • ଦେବଗଡ଼ : ଶଗଡ଼ ଗାଡ଼ିକୁ ଧକ୍କା ଦେଇ ଅଜଣା ଗାଡ଼ି ଫେରାର, ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
  • ||
  • ବୈପାରୀଗୁଡ଼ା ଥାନା ପରିସରରେ ଅଗ୍ନିକାଣ୍ଡ, ଜଳିଗଲା ୨ ଜବତ ଗାଡି
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ଦିଲ୍ଲୀ ବାସଭବନ ୮୪ ବର୍ଷ ବୟସରେ ବିୟୋଗ
  • ||
  • ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାମୁହିଁ; ଜଣ ଆତଙ୍କୀ ସଫା
  • ||
  • ସୁନ୍ଦରଗଡ଼ : ଗୋମାଂସକୁ ନେଇ ମୁଣ୍ଡାଗାଁରେ ଉତ୍ତେଜନା, ଜଣେ ଗିରଫ
  • ||
  • ଶ୍ରୀମନ୍ଦିରର ନୀଳଚକ୍ରରେ ଉଡ଼ୁଥିବା ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଦେଖିବାକୁ ମିଳିଲା ଦୁର୍ଲଭ ଦୃଶ୍ୟ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ଆରମ୍ଭରୁ ବିରୋଧିଙ୍କ ହଟ୍ଟଗୋଳ, ଧୋଇଗଲା ପ୍ରଶ୍ନକାଳ, ଦିନ ୧୨ଟା ୧୫ ମିନିଟ୍ ଯାଏ ଗୃହ ମୁଲବତୀ
  • ||
  • ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ଦାବିରେ ଚିଠି ଲେଖିଲେ ପତ୍ନୀ
  • ||
  • ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ
  • ||
  • ଜଳେଶ୍ୱର : ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ
  • ||
  • ଦୁଇ ଦିନ ପ୍ରଚଣ୍ଡ ତାତି ମିଳିବନି ନିସ୍ତାର: ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା,୧୯ରୁ କମିବ
  • ||

ପୂଜା ମଣ୍ଡପକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ୧୪୪ ଧାରା ଜାରି

Published By : Prameya | August 31, 2022 8:54 AM

ଭଦ୍ରକ, ୩୧/୦୮ : ଗଣେଶ ପୂଜା ମଣ୍ଡପ ସ୍ଥାନକୁ ନେଇ ଗୋଷ୍ଠୀ ସଙ୍ଘର୍ଷ। ଭଦ୍ରକ ଜିଲ୍ଲା ଧାମନଗର ଥାନା ସୋହଡ଼ା ପଞ୍ଚାୟତର ବେଦପୁର ଗାଁରେ ଏଭଳି ଘଟଣା ଘଟିଛି। ଉଭୟ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି। ପରିସ୍ଥିତି ନିୟନ୍ତ୍ରଣ ପାଇଁ ଧାମନଗର ତହସିଲଦାର ଗତକାଲି ମଧ୍ୟରାତ୍ରୀରୁ ଆସନ୍ତା ୨ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିଛନ୍ତି।

ସୂଚନାନୁଯାୟୀ, ମଙ୍ଗଳବାର ଧାମନଗର ଥାନା ସୋହଡ଼ା ପଞ୍ଚାୟତର ବେଦପୁର ଗାଁର କ୍ଲବ ପାଖରେ ଅନ୍ୟ ଗୋଷ୍ଠୀର କିଛି ଯୁବକ ଗଣେଶ ପୂଜା କରିବା ପାଇଁ ପୂଜା ମଣ୍ଡପ ନିର୍ମାଣ କରିବାକୁ ଆସିଥିଲେ। କ୍ଲବର ଯୁବକମାନେ ଏହାକୁ ବିରୋଧ କରିଥିଲେ। ଫଳରେ ଏହାକୁ ନେଇ ସେଠାରେ ଗଣ୍ଡଗୋଳ ହୋଇଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଥିଲା। ଖବର ପାଇ ପୋଲିସ ଏବଂ ତହସିଲଦାର ଘଟଣାସ୍ଥଳରେ ପହଁଚି ଥିଲେ। ହେଲେ ସେମାନଙ୍କ ଉପସ୍ଥିତିରେ ମଧ୍ୟ ଗଣ୍ଡଗୋଳ ହୋଇଥିଲା। ତେଣୁ ତହସିଲଦାର ଭଦ୍ରକ ଉପଜିଲ୍ଲାପାଳଙ୍କୁ ଜଣାଇବା ପରେ ସେଠାରେ ୧୪୪ ଧାରା ଜାରି କରାଯିବ ସହିତ ପୋଲିସ ମୁତୟନ କରାଯାଇଛି। ଗତକାଲି ମଧ୍ୟରାତ୍ରୀରୁ ଆସନ୍ତା ୨ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ୧୪୪ ଧାରା ଜାରି ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.