ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ନିର୍ବାଚନ ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ, ଜଣେ ଗୁରୁତର

ଚାନ୍ଦବାଲି, ୦୩।୦୬ : ନିର୍ବାଚନ ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଖେରଙ୍ଗ ପଞ୍ଚାୟତରେ ନିର୍ବାଚନ ପରେ ଦୁଇ ଗୋଷ୍ଟୀ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ଏନେଇ ଚାନ୍ଦବାଲି ଥାନାରେ ଅଭିଯୋଗ ହୋଇଛି । 

ଖବର ଅନୁଯାୟୀ, ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଖେରଙ୍ଗ ପଞ୍ଚାୟତରେ ନିର୍ବାଚନ ପରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଛନ୍ତି । ରାଜନୈତିକ ହିଂସାକାଣ୍ଡରେ ଟିକମ ମାଝୀ ଗୁରୁତର ହୋଇଥିଲେ। ପ୍ରଥମେ ତିହିଡି ମେଡିକାଲରେ ଭର୍ତ୍ତି ହୋଇଥିଲେ। ପରେ ଅବସ୍ଥା ଗୁରୁତର ଥିବାରୁ କଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ଶେଷରେ ରବିବାର ଦିନ ଅପରାହ୍ନରେ ଟିକମ୍ ମାଝୀଙ୍କ ବଡ଼ ଭାଇ କାଳନ୍ଦୀ ମାଝି ଚାନ୍ଦବାଲି ଥାନରେ ୨୧ ଜଣଙ୍କ ନାଁରେ ଲିଖିତ ଅଭିଯୋଗ କରିଛନ୍ତି। 

ସେପଟେ ଅଭିଯୋଗ ପରେ ଚାନ୍ଦବାଲି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି। ଏହି ଆକ୍ରମଣ ଘଟଣାରେ ଯଦି ପୋଲିସ ସଂପୃକ୍ତ ଦୋଷୀଙ୍କୁ ୨୪ ଘଣ୍ଟା ମଧ୍ୟରେ ଗିରଫ ନକରେ, ତେବେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.