ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ନବମ ଶ୍ରେଣୀ ଛାତ୍ରଙ୍କ ଛୁରାମାଡ଼ରେ ସହପାଠୀ ଗୁରୁତର

Published By : Rasmita Pradhan | January 7, 2025 3:24 PM

ଭୋଗରାଇ, ୦୭/୦୧ : ବାର୍ଷିକ କ୍ରୀଡ଼ା ପ୍ରତିଯୋଗୀତା ଚାଲିଥିଲା ବେଳେ ନବମ ଶ୍ରେଣୀ ଛାତ୍ରଙ୍କ ଛୁରାମାଡ଼ରେ ସହପାଠୀ ଗୁରୁତର। ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଳକ କମର୍ଦା ଥାନା ଦହମୁଣ୍ଡା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି। ଗୁରୁତର ଛାତ୍ରଙ୍କୁ ଦହମୁଣ୍ଡା ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, କମର୍ଦା ଥାନା ଦହମୁଣ୍ଡା ନୋଡାଲ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗୀତା ଚାଲିଥିଲା। ଏହି ସମୟରେ ନବମ ଶ୍ରେଣୀର ଛାତ୍ର ବିନୟ ଚନ୍ଦ ସହପାଠୀ ଅନ୍ତିଆ ଚନ୍ଦର ପେଟକୁ ଛୁରାମାଡ଼ କରିଥିଲେ। ଉଭୟଙ୍କ ମଧ୍ୟରେ ଗତକାଲି ମେଳା ବୁଲିବା ସମୟରେ ଗୋଣ୍ଡଗୋଳ ହୋଇଥିଲା। ଆଜି ସେହି ଗୋଣ୍ଡଗୋଳକୁ ନେଇ ବିନୟ ଛୁରାମାଡ କରିଥିଲା। ଅନ୍ତିଆଙ୍କୁ ଗୁରୁତର ଅବସ୍ଥାରେ ଦହମୁଣ୍ଡା ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ କମର୍ଦା ପୋଲିସ ପହଞ୍ଚି ଛୁରାମାଡ଼ କରିଥିବା ବିନୟ ଚନ୍ଦକୁ ଅଟକ ରଖି ଅଧିକ ତଦନ୍ତ କରୁଛି। ବିଦ୍ୟାଳୟରେ ଏଭଳି ଘଟଣା ଘଟିଥିବା ବେଳେ ଅନ୍ତିଆଙ୍କ ପରିବାର ଲୋକେ ପିଲାଙ୍କୁ ଯେମିତି ସ୍କୁଲ ପଠାଇଥିଲେ ସେମିତି ବିଦ୍ୟାଳୟରୁ ପିଲା ନେବେ ବୋଲି ଦାବି କରିଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.