ପ୍ରମୂଖ ଖବର
  • ଜଗତସିଂହପୁର : ବାଇକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, କନଷ୍ଟେବଲ ମୃତ
  • ||
  • ବାସୁଦେବପୁର : ରତାଙ୍ଗ ଗ୍ରାମରେ ନବ ବଧୁର ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
  • ||
  • ମହାଷ୍ଟମୀରେ ମଣ୍ଡପ ବୁଲି ମହାମୟାଙ୍କ ଆଶିଷ ନେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ବରମୁଣ୍ଡା ବ୍ରିଜ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବିଦ୍ୟୁତ ସଂପ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ସନ୍ଦେହ
  • ||
  • ଭୁବନେଶ୍ଵର : ଦଶହରାରେ ମୁଖ୍ୟମନ୍ତ୍ରୀଙ୍କ ଦୁର୍ଗାପୂଜା ଭେଟି, ରାଜ୍ୟବ୍ୟାପୀ ପେଣ୍ଡାଲ ଭଡ଼ା ଛାଡ଼
  • ||
  • ଖୁଣ୍ଟୁଣି ରେଞ୍ଜରେ ଦନ୍ତା ଉତ୍ପାତ, ଛେଳି ଚରାଇବାକୁ ଯାଇ ମହିଳା ମୃତ
  • ||
  • ମହାଦେବ ବେଟିଙ୍ଗ ଆପ୍‌ ମାଲିକ ସୌରଭ ଚକ୍ରଧର ଦୁବାଇରେ ଅଟକ, ସପ୍ତାହେ ଭିତରେ ଅଣାଯିବ ଭାରତ !
  • ||
  • ବ୍ରହ୍ମପୁର : ୧୫୨ ଲିଟର ବିଦେଶୀ ମଦ ଜବତ, ୨ ଗିରଫ
  • ||
  • ଆରପାରିରେ ପୋଲସରାର ପୂର୍ବତନ ବିଧାୟକ, ଶୋକ ପ୍ରାକାଶ ପଲେ ନେତୃବୃନ୍ଦ
  • ||
  • ସୁନ୍ଦରଗଡ଼ : ଲେଫ୍ରିପଡା ଓ ଟାଙ୍ଗରପାଲି ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ, ଶହେ ଲିଟର ଦେଶୀ ମଦ ଜବତ
  • ||
  • ମା'ଙ୍କ ଆଗମନରେ ଉତ୍ସବ ମୁଖର ଭୁବନେଶ୍ୱର, ମଣ୍ଡପରେ ମହାଷ୍ଟମୀ ଏବଂ ପୀଠରେ ଚାଲିଛି ମହାନବମୀ ପୂଜା
  • ||
  • ଜଗତପୁର : ଯୁବକଙ୍କୁ ଅପହରଣ କରିବା ବେଳେ ଧରାପଡ଼ିଲେ ଦୁର୍ବୃତ୍ତ, ୧୦ ଅଟକ
  • ||
  • କଳାହାଣ୍ଡିରେ ମା' ମାଣିକେଶ୍ବରୀଙ୍କ ଛତରଯାତ୍ରା, ଲକ୍ଷାଧିକ ଭକ୍ତଙ୍କ ସମାଗମ
  • ||

ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟି କାନ୍ଥ, କାନ୍ଥ ତଳେ ଚାପି ହୋଇ ଯୁବକ ମୃତ

ଉଦଳା,୧୫/୦୯ : ଘରେ ଶୋଇଥିବା ବେଳେ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ । କାନ୍ଥ ତଳେ ଚାପି ହୋଇ ପ୍ରାଣ ହରାଇଲେ ଯୁବକ । ମୃକତ ମାର୍ସିଙ୍ଗା ଗ୍ରାମର ଟୁନୁ ବିନ୍ଧାଣି ବୋଲି ଜଣାପଡ଼ିଛି ।  ଉଦଳା ଥାନା ଅନ୍ତର୍ଗତ ମାର୍ସିଙ୍ଗା ଗ୍ରାମରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଟୁନୁ ବିନ୍ଧାଣି ଶନିବାର ରାତିରେ ଖାଇ ସାରି ଘରେ ଶୋଇଥିଲେ । ଏହି ସମୟରେ ଲଗାଣ ବର୍ଷା କାରଣରୁ ରାତିରେ ଘରର ମାଟି କାନ୍ଥ ଭୁଶୁଡି ପଡିଥିଲା । ଫଳରେ କାନ୍ଥ ତଳେ ଚାପି ହୋଇ ରହି ଯନ୍ତ୍ରଣାରେ ଚିତ୍କାର କରିଥିଲେ ଟୁନୁ । ଟୁନୁଙ୍କ ଚିତ୍କାର ଶୁଣି ତାଙ୍କ ବଡ଼ ଭାଇ ଏବେ ସ୍ଥାନୀୟଲୋକେ ଘଟଣାସ୍ଥଳରେ ପହଞ୍ଚି କାନ୍ଥ ତଳୁ ତାଙ୍କୁ ଉଦ୍ଧାର କରିଥିଲେ । କିନ୍ତୁ କାନ୍ଥ ତଳେ ଚାପି ହୋଇ ଟୁନୁଙ୍କର ମୃତ୍ୟୁ ହୋଇଯାଇଥିଲା । ପରେ ଏହି ଘଟଣା ସମ୍ୱନ୍ଧରେ ପୋଲିସକୁ ଖବର ଦେଇଥିଲେ ପରିବାର ଲୋକେ । ଖବର ପାଇ ଘଟଣାସ୍ଥଳରେ ଉଦଳା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

ପରେ ଏହି ଘଟଣା ସମ୍ବନ୍ଧରେ ଉଦଳା ବିଧାୟକ ଭାସ୍କର ମଢେଇ ଜାଣି ଘଟଣାସ୍ଥଳରେ ପହଞ୍ଚିଥିଲେ । ସେଠାରେ ପହଞ୍ଚି ମୃତକଙ୍କ ପରିବାର ସଦସ୍ୟଙ୍କୁ ୩ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଏହା ସହିତ ମୃତକଙ୍କ ପରିବାରକୁ ସରକାରୀ ସ୍ତରରେ ସହାୟତା ମିଳିବ ବୋଲି କହିଛନ୍ତି ଉଦଳା ବିଧାୟକ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.