ଭୁବନେଶ୍ୱର, ୭/୧୨ : ମାଲକାନଗିରି ଜିଲ୍ଲାରେ ଶନିବାର ଏକ ସଡ଼କ ଦୁର୍ଘଟଣାରେ ତିନି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି । ଏହା ସହିତ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା   କରିଛନ୍ତି ।  ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ।