ପ୍ରମୂଖ ଖବର
  • Myntra ବିରୋଧରେ ମାମଲା ରୁଜୁ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଫେମା ଆଇନ୍ ଉଲ୍ଲଂଘନ ଅଭିଯୋଗ
  • ||
  • ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ୨ ବାଟାଲିଅନ ଗଠନକୁ ମଞ୍ଜୁରି, ୨୦୮୦ ନୂତନ ପଦବୀ ସୃଷ୍ଟି
  • ||
  • କଟକର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ, ICC ରିପୋର୍ଟ ନଦେଲେ ହେବ କାର୍ଯ୍ୟାନୁଷ୍ଠାନ
  • ||
  • ରକ୍ଷାବନ୍ଧନରେ ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ଲକ୍ଷେ ୮୮ ହଜାର ମହିଳାଙ୍କୁ ପୁଣି ସୁଯୋଗ
  • ||
  • ବଲାଙ୍ଗୀର : ମଦଭାଟିରେ ପହଲବାନଙ୍କୁ ହତ୍ୟା ଅଭିଯୋଗ, ତଦନ୍ତ କରୁଛି ପୁଲିସ
  • ||
  • ଗୁରୁବାର ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଗ୍ୱାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା; ୪ ମୃତ, ୬ ଆହତ
  • ||
  • ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି, ଆକାଶପଥକୁ କଡ଼ାକଡ଼ି କଲେ ଦୁଇଦେଶ
  • ||
  • ଗୁରୁବାର ସୃଷ୍ଟି ହେବ ଲଘୁଚାପ : ୨୮ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଆଜିଠୁ ଚତୁର୍ଥ ଟେଷ୍ଟ : ଓଲ୍ଡ ଟ୍ରାଫୋର୍ଡରେ ଭାରତ ପାଇଁ 'କର ବା ମର', ସିରିଜ ବିଜୟ ଲକ୍ଷ୍ୟରେ ଇଂଲଣ୍ଡ
  • ||
  • ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||

ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ ପାଇଁ ଦୁଇ ବାଟାଲିଅନ ଗଠନକୁ ମଞ୍ଜୁରି; ୨୦୮୦ ନୂତନ ପଦବୀ ସୃଷ୍ଟି

Published By : Harapriya Sethi | July 23, 2025 12:45 PM

ଭୁବନେଶ୍ୱର, ୨୩/୦୭: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ OISFରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଥିଲା। ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭। ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଏପ୍ରିଲ ମାସରେ ଗୋଟିଏ ନୂଆ ବାଟାଲିଅନ ସୃଷ୍ଟି କରିଥିଲେ । ଏହାଦ୍ୱାରା ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରୁଥିଲା ଏବଂ ଏହି ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ଥିଲା। ତୃତୀୟ ଏବଂ ଚତୁର୍ଥ ବାଟାଲିଅନ ସୃଷ୍ଟି ହେବା ପରେ  ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ ରେ ସମୁଦାୟ ପଦବୀ ସଂଖ୍ୟା ୪,୯୨୭ ପଦବୀ ସୃଷ୍ଟି ହେଲା । 

ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ଉତ୍କର୍ଷ ଓଡ଼ିଶା-ମେକ୍‍ ଇନ ଓଡ଼ିଶା ୨୦୨୫ ପରେ ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆହୁରି ୨ଟି ବାଟାଲିଅନ ଗଠନକୁ ମଞ୍ଜୁରି ଦେଇଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.