ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ପୁରୀରେ ନୂଆ ରାସନ କାର୍ଡ ଏବଂ ସୁଭଦ୍ରା ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Published By : Rasmita Pradhan | April 24, 2025 2:49 PM

ପୁରୀ, ୨୪/୦୪ : ପୁରୀ ତାଳବଣିଆଠାରେ ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ। ମୁଖ୍ୟ ଅତିଥି ଭାବେ କାର୍ଯ୍ୟକ୍ରମରେ ଯୋଗ ଦେଇ ନୂଆ ରାସନ କାର୍ଡ ଏବଂ ସୁଭଦ୍ରା ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ। ଖାଦ୍ୟ ସୁରକ୍ଷା ଯୋଜନା ଅନ୍ତର୍ଗତ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନୂଆ ରାସନ କାର୍ଡ ପ୍ରଦାନ କରିଛନ୍ତି । ସେହିପରି ସୁଭଦ୍ରା ଯୋଜନାରେ ବଳକା ହିତାଧିକାରୀଙ୍କୁ ଅର୍ଥରାଶି ପ୍ରଦାନ କରିଛନ୍ତି। ୬ ଲକ୍ଷ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ପ୍ରଦାନ କରାଯାଇଛି। ୨ ଲକ୍ଷରୁ ଅଧିକ ନୂତନ ସୁଭଦ୍ରା ହିତାଧିକାରୀଙ୍କୁ ୯୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ଵ ସହାୟତା ରାଶି ପ୍ରଦାନ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ପ୍ରଦର୍ଶିତ କରାଯାଇଛି। ଭଲ କାମ ପାଇଁ ଅସ୍ତରଙ୍ଗ ବ୍ଲକର ଏକ ପଞ୍ଚାୟତକୁ ପୁରସ୍କୃତ କରାଯାଇଛି। ପ୍ରତି ବ୍ଲକରେ ମିନି ଷ୍ଟାଡିୟମ ନିର୍ମାଣ ଓ ଉନ୍ନତୀକରଣ ପାଇଁ ଭିତ୍ତିପ୍ରସ୍ତର ପଡ଼ିଛି। ପ୍ରତି ବ୍ଲକ୍‌ରେ ପ୍ରାୟ ୧୦ ଏକର  ଜମିରେ ଷ୍ଟାଡିୟମ ନିର୍ମାଣ ନିମନ୍ତେ ସରକାର ଲକ୍ଷ୍ୟ ରଖି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ପଞ୍ଚାୟତ ସମିତିର ସାଧାରଣ ବୈଠକକୁ ଅନଲାଇନ୍ ମାଧ୍ୟମରେ ପରିଚାଳନା କରିବା ନିମନ୍ତେ ଇ- ପଞ୍ଚାୟତ ସଭା (ପଞ୍ଚାୟତ ସମିତି) ପୋର୍ଟାଲର ଉନ୍ମୋଚନ ହୋଇଛି। ସେହିଭଳି ପି.ପିଏମ୍ଏସ୍ ପୋର୍ଟାଲର ମଧ୍ୟ ଲୋକାପର୍ଣ ହୋଇଛି। ଗ୍ରାମପଞ୍ଚାୟତ ଭିତ୍ତିଭୂମିର ଦୃଶ୍ୟକରଣ ଏବଂ ନିର୍ବାଚିତ ପ୍ରତିନିଧିଙ୍କ ତଥ୍ୟକୁ ପ୍ରାପ୍ତ କରିବା ପାଇଁ ପଞ୍ଚାୟତ ମନିଟରିଂ ସିଷ୍ଟମର ଶୁଭାରମ୍ଭ କରାଯାଇଛି। 

ସେହିଭଳି ପଞ୍ଚମ ରାଜ୍ୟ ଅର୍ଥ ଆୟୋଗ ଅନୁଦାନରେ ୬୧୩ଟି ଗ୍ରାମ ପଞ୍ଚାୟତକୁ କାର୍ଯ୍ୟଦକ୍ଷତାରେ ଶ୍ରେଷ୍ଠତା ପ୍ରତିପାଦନ, ନିଜସ୍ଵ ଆୟ ବୃଦ୍ଧି ତଥା ପଞ୍ଚାୟତ ସର୍ବାଙ୍ଗୀନ ବିକାଶରେ ନିରନ୍ତର ପ୍ରୟାସ ନିମନ୍ତେ ୩୨ କୋଟି ଟଙ୍କା ପ୍ରୋତ୍ସାହନ ରାଶି ବଣ୍ଟନ କରାଯାଇଛି। ସେହିଭଳି ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ୩ କିଲୋୱାଟ୍ ପର୍ଯ୍ୟନ୍ତ ସୋଲାର ପ୍ୟାନେଲ ପାଇଁ ୧, ୩୮,୦୦୦ ଟଙ୍କା ପର୍ଯ୍ୟନ୍ତ ସବସିଡି ପ୍ରଦାନ କରାଯାଇଛି। ୪୧୨୪ କୋଟି ଟଙ୍କା ମୂଲ୍ୟର ୩୧୪ଟି ବ୍ଲକସ୍ତରୀୟ ଷ୍ଟାଡ଼ିୟମ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ପଞ୍ଚାୟତିରାଜ ମନ୍ତ୍ରୀ, ଯୋଗାଣ ମନ୍ତ୍ରୀ, କ୍ରୀଡ଼ା ମନ୍ତ୍ରୀଙ୍କ ସମେତ ପୁରୀ ସାଂସଦ ଡ. ସମ୍ବିତ ପାତ୍ର, ଜିଲ୍ଲାର ସମସ୍ତ ବିଧାନସଭାର ବିଧାୟକମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.