ଭୁବନେଶ୍ବର, ୨୪/୧୨: ଭଦ୍ରକ ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହିତ ଦିବଂଗତ ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି । ସମ୍ପୃକ୍ତ ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାଛଡ଼ା ପୀଡ଼ିତାଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହୟତା ରାଶି ଘୋଷଣା କରିଛନ୍ତି । ​​​​​​​।