ଭୁବନେଶ୍ୱର,୦୨/୧୧: ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ ତାରିଖ (ସୋମବାର) ଦିନ ୟୁନିଟ୍-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।