PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା

ବାରିପଦା, ୧୨/୦୮ : ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ଦୁଇଟି ଗୁରୁତ୍ଵପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ରାସଗୋବିନ୍ଦପୁରସ୍ଥିତ ଟିକପଦା ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲୋକାର୍ପିତ ହୋଇଥିବା ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ଵାରା ମୟୁରଭଞ୍ଜ ଓ ବାଲେଶ୍ଵର ଜିଲ୍ଲାର ୧୭ ହଜାର ୧୨୧ ହେକ୍ଟର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ। ଏହାଦ୍ଵାରା ଉଭୟ ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ। ଏଥିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଜନଜାତି ଭାଇଭଉଣୀମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି । ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି । ଜନଜାତି ପିଲାମାନେ ଆଜି ସେମାନଙ୍କ ଦକ୍ଷତା ବଳରେ ଦେଶ ବିଦେଶରେ ସୁନାମ କରିପାରୁଛନ୍ତି।

ସୂଚନାଯୋଗ୍ୟ ଯେ, ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ ଜଳସେଚନ ପ୍ରକଳ୍ପ। ଏହାଦ୍ଵାରା ସମୁଦାୟ ୭୦ ହଜାର ହେକ୍ଟର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୫୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି । ସେହିପରି ଦେଓ ଜଳସେଚନ ପ୍ରକଳ୍ପ ଦ୍ଵାରା ମୟୁରଭଞ୍ଜର ପ୍ରାୟ ୧୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ଏହାଦ୍ବାରା ୧୦୦ଟି ଗାଁର ଦୁଇ ଲକ୍ଷ ଲୋକ ଉପକୃତ ହେବେ । ଏଥିପାଇଁ କରଞ୍ଜିଆ ବ୍ଲକର ହାତୀବାରି ଠାରେ ୮୨୩ କୋଟି ଟଙ୍କାରେ ଦେଓ ନଦୀ ଉପରେ ୧୨୮୦ ମିଟର ଦୈର୍ଘ୍ୟର ଏକ ବନ୍ଧ ନିର୍ମାଣ କରାଯାଇଛି ।

କୃଷି, ଶିକ୍ଷା, ସ୍ଵାସ୍ଥ୍ୟ ଓ ଅନ୍ୟାନ୍ୟ ବିକାଶ ଓ କଲ୍ୟାଣ ମୂଳକ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ସବୁ କାର୍ଯ୍ୟକ୍ରମ ଲୋକଙ୍କୁ ସଶକ୍ତ କରିଛି ଏବଂ ଲୋକଙ୍କ ଆଦର ଲାଭ କରିଛି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ପିଲାମାନଙ୍କ ମଧ୍ୟରେ ଆତ୍ମବିଶ୍ବାସ ବୃଦ୍ଧି କରିଛି । ଯେତେବେଳେ ମୟୁରଭଞ୍ଜର ଗୋଟିଏ ପିଲାଟିଏ ଗାଁ ସ୍କୁଲରେ ବିଶ୍ଵସ୍ତରୀୟ ଶିକ୍ଷା ସୁବିଧା ପାଉଛି, ସେତେବେଳେ କେବଳ ସେ ପିଲା ନୁହେଁ, ବା ଗାଁ ନୁହେଁ, ସାରା ଓଡ଼ିଶାର ଆଗକୁ ବଢିବାର ଚିତ୍ର ସ୍ପଷ୍ଟ ହେଉଛି।

ମୟୁରଭଞ୍ଜର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାରା ଭାରତରେ ମୟୁରଭଞ୍ଜର ଏକ ସ୍ଵତନ୍ତ୍ର ପରିଚୟ ରହିଛି । ମୟୁରଭଞ୍ଜର ଜନଜାତି ଭାଇଭଉଣୀମାନଙ୍କର ଏକ ସମୃଦ୍ଧ ପରମ୍ପରା ରହିଛି । ସେ ଗୌରବକୁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଜୀ ଆହୁରି ବୃଦ୍ଧି କରିଛନ୍ତି। ତାଙ୍କ ପାଇଁ ଆମେ ସମସ୍ତେ ଗର୍ବିତ। ମୟୁରଭଞ୍ଜ ରାଜ୍ୟର ଏକ ବଡ ଓ ଗୁରୁତ୍ବପୂର୍ଣ୍ଣ ଜିଲ୍ଲା। ରାଜ୍ୟର ବିକାଶରେ ମୟୁରଭଞ୍ଜର ସ୍ଵତନ୍ତ୍ର ଅବଦାନ ରହିଛି । ସମସ୍ତେ ମିଶି ଜିଲ୍ଲାର ଓ ସାରା ରାଜ୍ୟର ବିକାଶ ପାଇଁ ହାତ ମିଳାଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ଵାନ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ଵିନୀ ପାତ୍ର, ମୋରଡା ବିଧାୟକ ଶ୍ରୀ ରାଜକିଶୋର ଦାସ, ବାଙ୍ଗରିପୋଷି ବିଧାୟକ ଶ୍ରୀ ସୁଦାମ ମାର୍ଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଭାରତୀ ହାଂସଦା ପ୍ରମୁଖ ବକ୍ତବ୍ୟ ରଖି ମୟୁରଭଞ୍ଜର ଚାଷୀମାନଙ୍କ ପାଇଁ ଏହି ଦୁଇଟି ପ୍ରକଳ୍ପର ଗୁରୁତ୍ଵ ବିଷୟରେ ଆଲୋକପାତ କରିଥିଲେ।

ସମ୍ବନ୍ଧିତ ଖବର