ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ କରିବେ ସାକ୍ଷାତ

ଭୁବନେଶ୍ବର,୨୬/୬:ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଜେପି ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ।  ଦୁଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ମୁଖ୍ୟମନ୍ତ୍ରୀ ଭାର ସମ୍ଭାଳିବା ପରେ ଏହା ତାଙ୍କର ପ୍ରଥମ ଦିଲ୍ଲୀ ଗସ୍ତ। ଏହି ଗସ୍ତ ସମୟରେ ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।

ଏଥିସହିତ ଏମାନେ ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଜେ ପି ନଡ୍ଡାଙ୍କୁ ମଧ୍ୟ ସାକ୍ଷାତ କରିବେ। ଏହା ସହିତ ମୁଖ୍ୟମନ୍ତ୍ରୀ ବିଜେପିର କିଛି ଶୀର୍ଷ ନେତୃତ୍ବଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।ବିଜେପି ସରକାର ଶପଥ ନେବା ସମୟରେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ,ପ୍ରତିରକ୍ଷା ମନ୍ତ୍ରୀ ପ୍ରମୁଖ ଯୋଗ ଦେଇଥିଲେ। ସେମାନେ ସମସ୍ତେ ନବ ନିଯୁକ୍ତ ମନ୍ତ୍ରୀମାନଙ୍କୁ ସ୍ବାଗତ କରିଥିଲେ। ବର୍ତ୍ତମାନ ମନ୍ତ୍ରୀମଣ୍ଡଳ ତରଫରୁ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିବେ ବୋଲି ଜଣାପଡିଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.