ଝାରସୁଗୁଡ଼ା, ୨୨/୦୨ : ଝାରସୁଗୁଡ଼ା ଦୁର୍ଘଟଣାରେ ୫ କର୍ତ୍ତବ୍ୟରତ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା। ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଝାରସୁଗୁଡ଼ାରେ ଘଟିଥିବା ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ୫ ଜଣ କର୍ତ୍ତବ୍ୟରତ ପୁଲିସ କର୍ମଚାରୀଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ। ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଦୁର୍ଘଟଣାରେ ଆହତ ହୋଇଥିବା ଅନ୍ୟମାନଙ୍କର ଆଶୁ ଆରୋଗ୍ୟ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି। ଓମ୍ ଶାନ୍ତି।
ଝାରସୁଗୁଡ଼ାରେ ଘଟିଥିବା ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ୫ ଜଣ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ।
— Mohan Charan Majhi (@MohanMOdisha) February 22, 2026
ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଦୁର୍ଘଟଣାରେ ଆହତ ହୋଇଥିବା ଅନ୍ୟମାନଙ୍କର ଆଶୁ…
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଯେ, ଝାରସୁଗୁଡ଼ାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣାରେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ । ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।
ଝାରସୁଗୁଡ଼ାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣାରେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ । ଆହତଙ୍କ ଆଶୁଆରୋଗ୍ୟ କାମନା…
— Dharmendra Pradhan (@dpradhanbjp) February 22, 2026
ସୂଚନା ଥାଉକି, ଶନିବାର ରାତିରେ କିଛି ପୁଲିସ କର୍ମଚାରୀ ରେଙ୍ଗାଲି ଥାନାର ଏକ ଗ୍ରାମକୁ ଜଣେ ପୁଲିସ କନଷ୍ଟେବଳଙ୍କ ବାହାଘର ଭୋଜିରେ ଯୋଗ ଦେଇ ଫେରୁଥିଲେ। ରବିବାର ଭୋର ସକାଳ ପ୍ରାୟ ସାଢେ ତିନିଟାରେ ଝାରସୁଗୁଡ଼ା ସଦର ଥାନା ସମ୍ମୁଖରେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ ଚିପ୍ସ ବୋଝେଇ ଟ୍ରେଲର ସହ ଏକ ପୁଲିସ ଗାଡି ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୫ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଥିଲେ। ବୋଲେରୋ ଗାଡିଟି ସମ୍ପୂର୍ଣ୍ଣ ଭାବେ ଚୂରମାର ହୋଇଯାଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ପୁଲିସ ଟିମ ଗାଡି ଭିତରୁ ମୃତଦେହଗୁଡିକୁ ବାହାର କରିଥିଲେ। ଗୁରୁତରମାନଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଜଣେ ଝାରସୁଗୁଡ଼ା ଜିଲ୍ଲା ସଦର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସେପଟେ ଟ୍ରେଲର ଚାଳକଙ୍କୁ ଅଟକ ରଖାଯାଇଥିବା ବେଳେ ଗାଡିଟିକୁ ଜବତ କରି ପୁଲିସ ତଦନ୍ତ ଆରମ୍ଭ କରିଛି।
ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୫ ପୁଲିସ କର୍ମଚାରୀଙ୍କ ଶବ ବ୍ୟବଚ୍ଛେଦ ପରେ ରିଜର୍ଭ ପୁଲିସ ପଡ଼ିଆକୁ ଅଣାଯାଇଛି। ଶେଠାରେ ବରିଷ୍ଠ ପୁଲିସ ଅଧିକାରୀ, ମୃତକଙ୍କ ପରିବାର ବର୍ଗ ଏବଂ ବିଭିନ୍ନ ସ୍ଵେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।
ଆହୁରି ପଢନ୍ତୁ- ଝାରସୁଗୁଡ଼ାରେ ଭୟଙ୍କର ଦୁର୍ଘଟଣା : ଟ୍ରେଲର ସହ ବୋଲେରୋ ଧକ୍କା, ୫ ପୁଲିସ କର୍ମଚାରୀ ମୃତ