ସଡ଼କ ଦୁର୍ଘଟଣାରେ ବାପ ଝିଅଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ପରିବାର ପାଇଁ ସହାୟତା ରାଶି ଘୋଷଣା
ଖୋର୍ଦ୍ଧା ଗଙ୍ଗପଡ଼ା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ବାପ ଝିଅଙ୍କ ମୃତ୍ୟୁ ହୋଇଛି । ତେବେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।
Published By :
Gunanidhi
- Prameya Bureau |
July 25, 2026 06:35 PM
ଭୁବନେଶ୍ବର: ଖୋର୍ଦ୍ଧା ଗଙ୍ଗପଡ଼ା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ବାପ ଝିଅଙ୍କ ମୃତ୍ୟୁ ହୋଇଛି । ତେବେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହାସହ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ରାଶି ଘୋଷଣା କରାଯାଇଛି । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।