ପ୍ରମୂଖ ଖବର
  • ପହଲଗାମ ଆକ୍ରମଣରେ ଟିଆରଏଫର ସଂପୃକ୍ତି ନେଇ ପ୍ରମାଣ ମାଗିଲା ପାକିସ୍ତାନ
  • ||
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ 'ବିକଶିତ ଭାରତ ବଜେଟ୍-୨୦୨୫'

Published By : Rasmita Pradhan | February 1, 2025 1:51 PM

ଭୁବନେଶ୍ଵର, ୦୧/୦୨ : ବଜେଟ୍ ୨୦୨୫-୨୬ରେ ଅର୍ଥମନ୍ତ୍ରୀ ଆୟକରଦାତାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସ ଯୋଗେ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେ  ହାସଟ୍ୟାଗ୍ ଦେଇ ଲେଖିଛନ୍ତି ଯେ, ବିକଶିତ ଭାରତ ବଜେଟ୍-୨୦୨୫। ଏହା ନାଗରିକଙ୍କୁ ସଶକ୍ତ ଓ ଅର୍ଥନୀତିକୁ ସମୃଦ୍ଧ କରିବ। 

୨୦୨୫-୨୬ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଡ ଘୋଷଣା କରିଛନ୍ତି। ଇନକମ ଟ୍ୟାକ୍ସକୁ ନେଇ ଆୟକରଦାତାଙ୍କୁ ବଡ ଉପହାର ମିଳିଛି । ୧୨ ଲକ୍ଷ ଯାଏଁ ଆୟକର ଛାଡ ହୋଇଛି । ଅର୍ଥାତ ୧୨ ଲକ୍ଷ ଯାଏ ରୋଜଗାର କରୁଥିବା ବ୍ୟକ୍ତିଙ୍କୁ କୌଣସି ଟ୍ୟାକ୍ସ ଦେବାକୁ ପଡିବ ନାହିଁ । ବଜେଟରେ ଏହି ଘୋଷଣା ପରେ ମଧ୍ୟବିତଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ଆଉ ଟ୍ୟାକ୍ସ ଭରିବା ନେଇ ସେମାନଙ୍କୁ ଚିନ୍ତା କରିବାକୁ ପଡିବ ନାହିଁ । ଏହା ସହିତ ଆସନ୍ତା ସପ୍ତାହରେ ନୂଆ ଆୟକର ବିଲ୍ ଆସିବ ବୋଲି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ୧୨ ଲକ୍ଷ ଯାଏ ଟ୍ୟାକ୍ସ ଛାଡ ଘୋଷଣା ଦେବା ପରେ ମଧ୍ୟବିତ୍ତଙ୍କୁ ଆଶ୍ବସ୍ତି ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.