ଭୁବନେଶ୍ୱର,୨୬/୧୨; କୋରେଇର ପୂର୍ବତନ ବିଧାୟିକା ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ସଞ୍ଚିତା ମହାନ୍ତିଙ୍କ ବିୟୋଗ ହୋଇଛି । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରି ସଞ୍ଚିତା । ତାଙ୍କୁ ବାସ ଭବନରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସଞ୍ଚିତାଙ୍କ ବିୟୋଗରେ ଏକ୍ସରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆମ ଦଳର ବରିଷ୍ଠ ନେତ୍ରୀ ତଥା କୋରାଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ।  ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଉଛି । ଏହା ସହିତ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି ।

ଅଧିକ ପଢନ୍ତୁ...ପରଲୋକରେ କୋରେଇର ପୂର୍ବତନ ବିଧାୟକା ସଞ୍ଚିତା ମହାନ୍ତି; ରାଜନୈତିକ ମହଲରେ ଶୋକର ଛାୟା

ସଞ୍ଚିତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।  ବିଜେପି ରାଜ୍ୟ ସଭାପତି ମନମୋହନ ସାମାଲଙ୍କ ସମେତ ବହୁ ବିଜେପି ନେତା ଗଭୀର ଶୋକ ପ୍ରକାଶ କରିଛନ୍ତି । ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ୨୦୦୪ରେ କୋରେଇରୁ ବିଧାନସଭାକୁ ନିର୍ବାଚନ ହୋଇଥିଲେ । ପୂର୍ବତନ ବିଧାୟିକା ୧୯୫୮ ମସିହା ସେପ୍ଟେମ୍ବର ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ସେ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଏବଂ ଓଡ଼ିଶୀ ନୃତ୍ୟରେ ମଧ୍ୟ ସ୍ନାତକତ୍ତୋର କରିଥିଲେ । ପରବର୍ତ୍ତୀ ସମୟରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆଇନ ପାଠ ପଢ଼ି ଜଣେ ଆଇନଜୀବୀ ଭାବେ କାର୍ଯ୍ୟ କରୁଥିଲେ । ସଞ୍ଚିତା ମହାନ୍ତି ବିଜେପିର ଜଣେ କର୍ମୀ ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ ।