PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ: ଜୁଲାଇ ୫ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ !
  • ||
  • ପୁରୀ: ଶ୍ରୀମନ୍ଦିରରେ ପହଞ୍ଚିଲା ଏଏସ୍‌ଆଇ ଟିମ୍‌, ଗର୍ଭଗୃହ ଓ ନାଟମଣ୍ଡପ ଫାଟର ସ୍ଥିତି ଓ ଏହାର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିବ ଟିମ୍‌
  • ||
  • ଖୋର୍ଦ୍ଧା: ବାଘମାରୀ ନିକଟରେ ରାସ୍ତାକଡକୁ ଖସିଲା ଲିଙ୍ଗରାଜ ବସ୍, ୨୦ ଯାତ୍ରୀ ଆହତ
  • ||
  • ପୁରୀ: ଆଜି ମିଳିବ ଆଡ଼ପ ଅବଢ଼ା
  • ||
  • ମହିଳା ହକି ବିଶ୍ୱକପ୍‌: ଆଜି ଇଂଲଣ୍ଡକୁ ଭେଟିବ ଭାରତ
  • ||
  • ଭଦ୍ରକ: ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୫ ଜଣ ଗୁରୁତର, ୪ ଅଟକ
  • ||
  • ଭୁବନେଶ୍ୱର : ପଥରଗାଡ଼ିଆରେ ଅଦ୍ଭୂତ ବାଛୁରୀ ଜନ୍ମ, ଦେଖିବାକୁ ଲୋକଙ୍କ ଲାଗିଲା ଭିଡ଼
  • ||
  • ଭୁବନେଶ୍ୱର : ରାଜ୍ୟରେ ବଢ଼ିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ ଜଣ କରୋନା ପଜିଟିଭ
  • ||

ସହିଦ ଓଡ଼ିଆ ଯବାନ ଅଜିତଙ୍କ ପରିବାରକୁ ୨୫ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୯।୬: ସୋମବାର ଜମ୍ମୁ ଓ କଶ୍ମୀରର ପୁଲୱାମାରେ ଏନ୍‌କାଉଣ୍ଟରରେ ଓଡ଼ିଆ ଯବାନ ଅଜିତ ସାହୁଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇଛନ୍ତି। ସହିଦ ଓଡ଼ିଆ ଯବାନ ଅଜିତଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୨୫ଲକ୍ଷ ଟଙ୍କାର ସହାୟତା ରାଶି ଦେବାର ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଅଜିତ ସାହୁଙ୍କ ଘର ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ବଡ଼ସୁଆଳ ଗାଁରେ। ଅଜିତ ୨୦୧୫ ମସିହାରେ ଭାରତୀୟ ସୈନ୍ୟ ବାହିନୀରେ ଯୋଗ ଦେଇଥିଲେ। ଜୁନ୍ ୧୭ ତାରିଖରେ ପୁଲଓ୍ଵାମାରେ ଆତଙ୍କବାଦୀ ଆକ୍ରମଣରେ ଅଜିତ ସାହୁ ସହିଦ୍‌ ହୋଇଛନ୍ତି। ଆଜି ଜନ୍ମ ମାଟି ବଡ଼ ସୁଆଁଳ ଗାଁକୁ ଅଜିତଙ୍କ ମରଶରୀର ଆସିବ।