ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ବଲାଙ୍ଗୀରରେ ଡବଲ ନୁହେଁ, ଟ୍ରିପଲ ଇଞ୍ଜିନ ସରକାର ଅଛି, ବିକାଶ ନିଶ୍ଚୟ ହେବ

Published By : Rasmita Pradhan | November 3, 2024 11:44 AM

ବଲାଙ୍ଗୀର, ୦୩/୧୧ : ୨ ଦିନିଆ ବଲାଙ୍ଗୀର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ସେ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଆଜି ସର୍କିଟ୍ ହାଉସ୍ ଠାରେ ମୁଖ୍ୟମନ୍ତ୍ରୀ ପ୍ରେସମିଟ୍ କରିଛନ୍ତି। ସେ କହିଛନ୍ତି ଯେ, ପୂର୍ବ ସରକାରରେ ବଲାଙ୍ଗୀରକୁ ଅବହେଳା କରାଯାଇଛି। ଯେଉଁ ସରକାର ଥିଲେ, ପ୍ରତି ଅଞ୍ଚଳକୁ ଯେଭଳି ଗୁରୁତ୍ଵ ଦେବା କଥା ଦେଲେନି। ଅସମାନତା ଦେଖାଗଲା, ଏ ଜିଲ୍ଲାକୁ ବି ଅବହେଳା କରାଯାଇଛି। ନେତୃତ୍ଵ ଅଭାବ ନଥିବା ସତ୍ତ୍ଵେ ଏଠାରେ ବିକାଶ କରାଗଲାନି। 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୮୯୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ହୋଇଛି। ତୁଷୁରା ଏୟାରଷ୍ଟ୍ରିପ୍‌ର ଉନ୍ନତିକରଣ କରାଯିବ। ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ କାମ ଶୀଘ୍ର ସରିବ। ୩୮୦୦ କୋଟିର ବଜେଟ ଏବେ ସୁଦ୍ଧା ଦିଆଗଲାଣି। ଆଉ ୮୦ କିମି ବ୍ୟବଧାନ ଅଛି, ତ୍ଵରିତ କାମ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବଲାଙ୍ଗୀରରେ ଡବଲ ନୁହେଁ, ଟ୍ରିପଲ ଇଞ୍ଜିନ ସରକାର ଅଛି। ଏଠାରେ ବିକାଶ ନିଶ୍ଚୟ ହେବ। 

ସେହିପରି ମହାନଦୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନଦୀ ବିବାଦ ନେଇ ଆଲୋଚନା ଜାରି ରହିଛି। ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ଏନେଇ ୨ ଥର ଆଲୋଚନା ହୋଇଛି। ଜଳ ବିବାଦ ପ୍ରସଙ୍ଗକୁ ରାଜ୍ୟ ସରକାର ଗୁରୁତ୍ଵର ସହ ନେଇଛନ୍ତି। ଆଗାମୀ ଦିନରେ ମହାନଦୀ ଉପରେ ପ୍ରସ୍ତାବିତ ପ୍ରକଳ୍ପ ତ୍ଵରାନ୍ଵିତ ପାଇଁ ବିଚାର ଚାଲିଛି। 




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.