ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେବାକୁ ଥିବା ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Published By : Prameya | May 23, 2025 11:11 PM

ଭୁବନେଶ୍ୱର,୨୩/୫ :  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଭୁବନେଶ୍ୱର-କଟକ ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେଉଥିବା ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ବୈଠକରେ ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ ହ୍ରାସ (Decongestion Plan) ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା। 

ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର, ପଟିଆ ଷ୍ଟେସନ ଛକରୁ ସୁଆଙ୍ଗ ମୌଜା ପର୍ଯ୍ୟନ୍ତ ଦୟା ୱେଷ୍ଟ କେନାଲ ରାସ୍ତା ନିର୍ମାଣ, ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତୀକରଣ,  ଏବଂ କଳ୍ପନା ଛକ, ମ୍ୟୁଜିଅମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏ ଉଭର୍ ସହିତ ଏଜି ଛକରେ ଏକ ଅଣ୍ଡରପାସ୍ ନିର୍ମାଣ ପାଇଁ ଯୋଜନା ରଖାଯାଇଛି । ସେହିପରି ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାଥ୍‌ମେଟିକସ୍ ରୁ ପଥର ଗାଡିଆ- ଉତ୍କଳ ହସ୍ପିଟାଲ- ରେଲ୍ ବିହାର ଦେଇ ଏକାମ୍ର କାନନ ପର୍ଯ୍ୟନ୍ତ ଲେଫ୍ଟ ପାରାଲେଲ୍ ରୋଡ୍ କାମ ମଧ୍ୟ ଜାରି ରହିଛି । ଏହା ସହିତ  ଡମଣାରୁ ପ୍ରେସ୍ ଛକ, କଳାରାହାଙ୍ଗରୁ ବାରିମୁଣ୍ଡ ଓ କେଳୁଚରଣ ପାର୍କରୁ ବାରିମୁଣ୍ଡ ପର୍ଯ୍ୟନ୍ତ ୩ଟି ରାଇଟ୍ ଆକ୍‌ସେସ୍ ରୋଡ୍ ନିର୍ମାଣର ଯୋଜନା ରଖାଯାଇଛି । ଏହା ସହିତ ଏକ ଇନର୍ ରିଙ୍ଗ୍ ରୋଡ୍ ମଧ୍ୟ ନିର୍ମାଣ କରାଯିବ । ଏହି ସମସ୍ତ ନିର୍ମାଣ ଦ୍ୱାରା ଭୁବନେଶ୍ୱରରେ ଦିନ ପ୍ରତିଦିନ ବଢୁଥିବା ଟ୍ରାଫିକ ସମସ୍ୟାର ସମାଧାନ ହୋଇପାରିବ ଏବଂ ଭୁବନେଶ୍ୱର ସହରର ସୌନ୍ଦର୍ଯ୍ୟକରଣରେ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ।

ଏହି ନିର୍ମାଣ ଯୋଗୁଁ ବିସ୍ଥାପିତ ହେବାକୁ ଥିବା ପ୍ରାୟ   ୩୬୬ଟି ପରିବାରକୁ ଥଇଥାନ କରାଯିବା ସହିତ ସେମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାସ୍ୱତ ମିଶ୍ର, ପୋଲିସ କମିଶନର ଏସ୍. ଦେବଦତ୍ତ ସିଂହ  ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.