ପ୍ରମୂଖ ଖବର
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ପି.ଏମ୍. ଜନମନ୍ ଯୋଜନାର ଅଗ୍ରଗତିର ସମୀକ୍ଷା; ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ କାର୍ଯ୍ୟ ଶେଷ କରନ୍ତୁ : ମୁଖ୍ୟମନ୍ତ୍ରୀ

Published By : Prameya | May 21, 2025 6:47 PM

ଭୁବନେଶ୍ୱର,୨୧/୫ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟବ୍ୟାପୀ କାର୍ଯ୍ୟକାରୀ ହେଉଥିବା ପି. ଏମ୍. ଜନମନ୍ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି । ଏହି ବୈଠକରେ ଉପସ୍ଥିତ ସମସ୍ତ ସଚିବମାନଙ୍କୁ ରାଜ୍ୟର ୧୪ଟି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନାର ପ୍ରତ୍ୟେକ ଦୁର୍ଗମ ଅଂଚଳକୁ ପରିଦର୍ଶନରେ ଯାଇ ସେଠାକାର ପରିସ୍ଥିତି ପରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳମାନେ ଓ ଜିଲ୍ଲା ସ୍ତରରେ କାର୍ଯ୍ୟ କରୁଥିବା ବିଭାଗୀୟ ଅଧିକାରୀମାନେ ମଧ୍ୟ ଚିହ୍ନଟ ହୋଇଥିବା ପ୍ରତ୍ୟେକ ଗ୍ରାମ ଓ ଜନବସତିକୁ ଯାଇ ସେଠାକାର ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ନିର୍ଦ୍ଦେଶ ଦେଇ କହିଥିଲେ। 

ସୂଚନାଯୋଗ୍ୟ ଯେ, ପି. ଏମ୍. ଜନମନ୍ ଯୋଜନାରେ ଓଡ଼ିଶାର ୧୪ଟି ଜିଲ୍ଲାର ୫୫ଟି ବ୍ଲକ, ୧୭୫୧ ଟି ଗ୍ରାମ/ ଜନ ବସତି, ୨୮୯ଟି ପଂଚାୟତ ଏବଂ ୨ ଟି ପୌର ପ୍ରଶାସିତ ଅଂଚଳ ଅନ୍ତର୍ଭୁକ୍ତ ଥିବାବେଳେ ସମୁଦାୟ ୬୮,୬୦୫ଟି ପରିବାରର ୩,୧୪,୫୧୪ ଲୋକ ଏହି ଯୋଜନାର ସୁଫଳ ପାଇବେ । ବୈଠକରୁ ଜଣାଯାଇଛି ଯେ, ୨୦୨୬ବର୍ଷ ଶେଷ ସୁଦ୍ଧା ୪୫,୪୦୮ଟି ଘର, ଗ୍ରାମ୍ୟ ଉନ୍ନୟନ ବିଭାଗ ପାଖରୁ ପ୍ରାୟ ୨୧୦କିଲୋମିଟରର ପକ୍କା ସଡ଼କ, ୧୬୪୬ଟି ଗ୍ରାମକୁ ଟ୍ୟାପ୍ ଯୋଗେ ଜଳ ଯୋଗାଣ, ୩୫୧ଟି ଅଂଚଳରେ ମୋବାଇଲ ଟାୱାର ସଂଯୋଗୀକରଣ, ୪୦୫ଟି ଅଂଚଳର ଛାତ୍ର ଛାତ୍ରୀଙ୍କ ପାଇଁ ହଷ୍ଟେଲ ନିର୍ମାଣ, ୭୪ଟି ବହୁ ମୁଖୀ କେନ୍ଦ୍ର ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି। 

ସମସ୍ତ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ୧୪ଟି ଜିଲ୍ଲାର ଯେଉଁ ଜନ ବସତିର(Habitation) ୫ କିଲୋମିଟର ମଧ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନାହିଁ, ସେହିପରି ସମସ୍ତ ଅଂଚଳରେ ମୋବାଇଲ ମେଡ଼ିକାଲ ୟୁନିଟର ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିଲା। ଏହିପରି ସମସ୍ତ ୧,୦୫୫ଟି ଜନ ବସତିକୁ ମୋବାଇଲ ମେଡ଼ିକାଲ ୟୁନିଟ ଯୋଗାଇ ଦିଆଯାଇଛି   ଏବଂ ଏ କ୍ଷେତ୍ରରେ ଶତ ପ୍ରତିଶତ ସଫଳତା ହାସଲ ହୋଇଛି ବୋଲି ବୈଠକରୁ ଜଣା ଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। ବିଶେଷତଃ ପିଭିଟିଜି ଅଂଚଳରେ ବସବାସ କରୁଥିବା ଆଦିବାସୀଙ୍କ ନିମନ୍ତେ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ମୋବାଇଲ କନେକ୍ସନ, ଆଦି କାର୍ଯ୍ୟ ଗୁଡିକୁ ଯଥାଶୀଘ୍ର ସମାପନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ସଚିବମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଯୋଗାଯୋଗ ହୋଇପାରୁନଥିବା କିମ୍ବା ଦୁର୍ଗମ ଅଂଚଳ ଗୁଡିକୁ ମୁଖ୍ୟ ଶାସନ ସଚିବଙ୍କ ସମେତ ଅନ୍ୟ ସଚିବ ମାନେ ପରିଦର୍ଶନରେ ଯାଇ ସେଠାକାର କାମ କିଭଳି ନିର୍ଦ୍ଧାରିତ ସମୟ ମଧ୍ୟରେ ସମାପ୍ତ ହେବ ସେ ବିଷୟରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ ଏବଂ ବିଭିନ୍ନ ବିଭାଗର ଶାସନ ସଚିବମାନେ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.