ପ୍ରମୂଖ ଖବର
  • ଅନୁଗୁଳ : ଜମିବାଡ଼ି ଭାଗ କରିବା ପାଇଁ ମାଗୁଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବରିଷ୍ଠ କିରାଣୀ
  • ||
  • କନ୍ଧମାଳ : ମଦ୍ୟପ ପୁଅର ହାତୁଡ଼ି ମାଡ଼ରେ ଆଖି ବୁଜିଲା ବାପା, ପୋଲିସ ଆଗରେ ସତ ବଖାଣିଲା ଅଭିଯୁକ୍ତ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ପ୍ରଶ୍ନକାଳ ସ୍ବାଭାବିକ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି ମନ୍ତ୍ରୀ
  • ||
  • ମୁକୁନ୍ଦପୁର ଘାଟିରେ ବସ୍‌ ଓଲଟିବା ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
  • ||
  • ଜଷ୍ଟିସ ବର୍ମାଙ୍କ ଘରୁ ଟଙ୍କା ଜବତ ମାମଲା: ୮ ପୁଲିସଙ୍କ ମୋବାଇଲ ଜବତ, ୮ ଅଧିକାରୀଙ୍କ ବୟାନ ବି ରେକର୍ଡ
  • ||
  • ମଣପ୍ପୁରମ ସୁନା ଲୁଟ୍‌ ଘଟଣା: ଦୁର୍ଦ୍ଦାନ୍ତ ସୁବୋଧ ସିଂହ ଗିରଫ, ଆଜି କୋର୍ଟରେ ହାଜର କରିବ ପୁଲିସ
  • ||
  • ରାଜଧାନୀରୁ ଗୋରୁ ଭର୍ତ୍ତି ପିକଅପ୍ ଗାଡ଼ି ଜବତ, ରାସ୍ତା ଉପରେ ଗାଡ଼ି ଛାଡ଼ି ଡ୍ରାଇଭର ଫେରାର
  • ||
  • ସାମାନ୍ୟ ବଚସାରୁ ରାଉରକେଲାରେ ଫୁଟିଲା ଗୁଳି, ଅଳ୍ପକେ ବର୍ତ୍ତିଲେ ଯୁବକ
  • ||
  • ଆଇପିଏଲ୍ ୨୦୨୫: ଆଜି ସୁପରକିଙ୍ଗ୍‌ସ-ରୟାଲ୍‌ ଚ୍ୟାଲେଞ୍ଜର୍ସ ଲଢ଼େଇ, ସ୍ପିନରଙ୍କୁ ସୁହାଇବ ଚିପକ୍‌ ପିଚ୍‌
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛରେ ଝୁଲି ରହିଲା ୧୦୮ ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ ୩ ଆମ୍ବୁଲାନ୍ସ କର୍ମଚାରୀ
  • ||
  • ବାଲେଶ୍ୱର : ମର୍ଣ୍ଣିଙ୍ଗ୍ ୱାକ୍‌ କରିବା ବେଳେ ଅଘଟଣ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ଆସନ୍ତା ତିନି ଦିନ ନିଆଁ ବର୍ଷା: ୪୦ ଡିଗ୍ରୀ ଡେଇଁଲା ୮ ସହର ପାରଦ, ଆଜି ୪୨, କାଲି ୪୩ ଛୁଇଁବ ତାପମାତ୍ରା
  • ||

‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା, ଆଜି ଯାଜପୁରରୁ ସହାୟତା ରାଶି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published By : Prameya | February 8, 2025 8:03 AM

ଭୁବନେଶ୍ୱର ୦୮/୦୨: ଆଜି ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଯାଜପୁରର ବ୍ୟାସନଗରର ଖାନ୍ଦୋଳ ପଡ଼ିଆରେ ଦିନ ସାଢ଼େ ୧୧ଟା ବେଳେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କୁ ସହାୟତା ରାଶି ବଣ୍ଟନ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ  ହିତାଧିକାରୀଙ୍କୁ ସହାୟତା ରାଶି ବାଣ୍ଟିବେ । ଏହା ସହିତ ସାରା ରାଜ୍ୟରେ ‘ସୁଭଦ୍ରା’ ହିତାଧିକାରୀଙ୍କ ସଂଖ୍ୟା ୯୮ ଲକ୍ଷ ଟପିବ ।  

ନ୍ୟାସନାଲ୍‌ ପେମେଣ୍ଟସ୍‌  କର୍ପୋରେସନ୍‌ ଅଫ୍‌ ଇଣ୍ଡିଆ  (ଏନ୍‌ପିସିଆଇ)ରେ ଅକୃତକାର୍ଯ୍ୟ  ହୋଇଥିବା ୩ ଲକ୍ଷ ୩୮ ହଜାର  ଉପଭୋକ୍ତାଙ୍କ ମଧ୍ୟରୁ ଏବେ ସୁଦ୍ଧା ୬୮  ହଜାର ପାଇବାକୁ ଯୋଗ୍ୟ ବିବେଚିତ  ହୋଇଛନ୍ତି । ଆସନ୍ତା ମାର୍ଚ୍ଚ ୮ ତାରିଖ  ସୁଦ୍ଧା ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକା ଥରେ ଦୁଇଟି  କିସ୍ତିର ଟଙ୍କା ମିଳିବ । ଯେଉଁମାନେ ପ୍ରଥମ  କିସ୍ତି ପାଇ ସାରିଛନ୍ତି ସେମାନଙ୍କୁ ଦ୍ୱିତୀୟ  ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ବୋଲି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।  

ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଯେ  ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଯେମିତି  ସୁଭଦ୍ରା ଟଙ୍କା ମିଳିବ ସେ ନେଇ ପଦକ୍ଷେପ  ନିଆଯିବ । ଜଣେ ବି ବାଦ୍‌ ପଡ଼ିବେ  ନାହିଁ । ସେଥିପାଇଁ ଆବଶ୍ୟକ ହେଲେ  ବାଦ୍‌ ପଡିଥିବା ହିତାଧିକାରୀମାନଙ୍କୁ  କର୍ମଚାରୀମାନେ ବ୍ୟକ୍ତିଗତ ଭାବେ  ଭେଟି ସମସ୍ୟାର ସମାଧାନ କରିବେ  ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । 

ଉଲ୍ଲେଖଯୋଗ୍ୟ, ଯେଉଁମାନେ  ୮ ତାରିଖ ସୁଦ୍ଧା ଟଙ୍କା ନ ପାଇବେ  ୱେବସାଇଟରେ ସେମାନଙ୍କର ନ ମିଳିବା  କାରଣ ବାବଦରେ ଉଲ୍ଲେଖ କରାଯିବ ।  ସେମାନେ କାରଣ ଜାଣି ସମାଧାନ  କରିପାରିବେ । ଅଦ୍ୟାବଧି ମୋଟ ୧  କୋଟି ୭ଲକ୍ଷ ୨୩ ହଜାର ୨୯୪ ଜଣ  ପଞ୍ଜୀକରଣ କରିଛନ୍ତି । ସେମାନଙ୍କ ମଧ୍ୟରୁ  ୮୦ ଲକ୍ଷ ୨୯ ହଜାର ୭୪୧ଜଣଙ୍କୁ  ସହାୟତା ରାଶି ପ୍ରଦାନ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.