ଭୁବନେଶ୍ୱର, ୦୨/୧୦: ଅକ୍ଟୋବର ୨ ତାରିଖ ଅର୍ଥାତ୍ ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୬ ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସକାଳ ୮ଟା ୪୦ରେ ଓଡ଼ିଶା ବିଧାନ ସୌଧ ପରିସରରେ ଏକ ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଥିଲା । ଏହା ପରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ ସର୍ବଧର୍ମ ପ୍ରାର୍ଥନା କରାଯାଇଛି । ଏଥି ସହିତ ଆଶ୍ରମ ଭଜନ ଏବଂ ରାମଧୂନ ମଧ୍ୟ ଗାନ କରଯାଇଛି । ଏହା ପରେ ‘ଗାନ୍ଧିଜୀ ଏବଂ ଓଡ଼ିଶା’ ଶୀର୍ଷକ ଫଟୋଚିତ୍ର ପ୍ରଦର୍ଶନୀ ହୋଇଛି ।
ସତ୍ୟ ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଯୋଗ ଦେଉଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ pic.twitter.com/10wN8MZP4h
— CMO Odisha (@CMO_Odisha) October 2, 2025
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢୀ, ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ସାଂସଦ, ବାଧାୟକ, ସ୍ୱାଧୀନତା ସଂଗ୍ରାମୀ, ଗାନ୍ଧୀ ପ୍ରେମୀ ତଥା ଅନ୍ୟାନ୍ୟ ଅତିଥିବୃନ୍ଦ ଏହି ପ୍ରାର୍ଥନା ସଭାରେ ଯୋଗ ଦେଇ ବାପୁଜୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେପଟେ ରାଷ୍ଟ୍ରପତି ଦ୍ରୌପତୀ ମୁର୍ମୁ, ଉପ-ରାଷ୍ଟ୍ରପତି ସିପି ରାଧାକ୍ରୀଷ୍ଣନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଲୋକସଭା ବାଚସ୍ପତି ଓମ୍ ବିର୍ଲା ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।