ଭୁବନେଶ୍ୱର, ୨୯/୧୦: ଆଜି ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ବୀର ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ । ତାଙ୍କର ଅତୁଳନୀୟ ବଳିଦାନ ସର୍ବଦା ଓଡ଼ିଶା ତଥା ସମଗ୍ର ଦେଶ ପାଇଁ ଗୌରବ ଓ ପ୍ରେରଣାର ଉତ୍ସ ହୋଇ ରହିବ । ଜୟୀ ରାଜଗୁରୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଏକ ଶ୍ରେଷ୍ଠ ଓଡ଼ିଶା ଗଠନ ପାଇଁ ଆସନ୍ତୁ ସଂକଳ୍ପବଦ୍ଧ ହେବା ।

​​​​​​​