ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଅସୁସ୍ଥ ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀଙ୍କ ଚେନ୍ନାଇ ଯାତ୍ରା

ଭୁବନେଶ୍ଵର ୦୯/୦୨: ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି  ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି । ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଏବଂ ଯାଜପୁର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଚେନ୍ନାଇ ଯାଇଛନ୍ତି । 

ସୂଚନାଯୋଗ୍ୟ ଯେ ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ ହୋଇ ବର୍ତ୍ତମାନ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଶ୍ରୀମତୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଏବଂ ସେ ୧୦ ଥର ବିଧାୟିକା ଭାବରେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଖଲିକୋଟ ରାଣୀ ଭାବେ ମଧ୍ୟ ସେ ସୁପରିଚିତ ଅଟନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.