PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ୨ଟି ଦମକଳ ଗାଡ଼ି ନିୟୋଜିତ

ସୋର ୨୧/୦୫: କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ । ଦୁଇଟି ବଗିରେ ଲାଗିଛି ନିଆଁ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଚଳାଇଛି । ଟ୍ରେନ୍‌ର ଦୁଇ ଓ ତିନି ନମ୍ବର ବଗିରେ ନିଆଁ ଲାଗିଥିବା ନେଇେ ଗାର୍ଡ ସୂଚନା ଦେଇଥିଲେ।

ସୂଚନା ମୁତାବିକ, ପାରାଦୀପରୁ ହଳଦିଆ ଅଭିମୁଖେ ଯାଉଥିବା ବେଳେ କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ। ସୋର ରେଳ ଷ୍ଟେସନ ୧ ନଂ ପ୍ଲଟଫର୍ମରେ ଟ୍ରେନ୍ ଠିଆ ହୋଇରହିଥିଲା । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି । ଟ୍ରେନ ଇଞ୍ଜିନ ପଛରୁ ଦୁଇ ଓ ତିନି ନମ୍ବର ବଗିରେ ନିଆଁ ଲାଗିଥିବା ଗାର୍ଡ ଦେଖିବାକୁ ପାଇଥିଲେ । ସୋର ରେଲୱେ ଷ୍ଟେସନ୍ ମାଷ୍ଟଙ୍କୁ ଜଣାଇବା ପରେ ଷ୍ଟେସନ୍ ମାଷ୍ଟର ସୋର ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀର ୨ଟି ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛନ୍ତି ।