ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଶିଶୁ ବାଟିକା ଶୁଭାରମ୍ଭ : ଶିଶୁଙ୍କୁ ଖଡ଼ି ଛୁଆଁଇ ପାଠ୍ୟ ଉପକରଣ ବାଣ୍ଟିଲେ ଜିଲ୍ଲାପାଳ

Published By : Suraj Kumar | April 2, 2025 8:00 PM

ମାଲକାନଗିରି, ୨/୪/(ଆପ୍ର ): ଏପ୍ରିଲ୍ ପହିଲାରୁ ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ସାରା ରାଜ୍ୟରେ ପାଳନ କରାଯାଉଛି ଓଡ଼ିଆ ପକ୍ଷ। ଏ ନେଇ ସମଗ୍ର ଶିକ୍ଷା ଅଭିଯାନ ଓ ଜିଲ୍ଲା ମଙ୍ଗଳ ବିଭାଗ ପକ୍ଷରୁ ଜିଲ୍ଲାର ସାତଟି ବ୍ଲକରେ ଥିବା ୧୨୫୭ଟି ବିଦ୍ୟାଳୟର ଶିଶୁ ବାଟିକାରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି।   

ଜିଲ୍ଲା ସଦର ମହକୁମାସ୍ଥ ବୁଟିଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଉତ୍ସବରେ   ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିଶୁଙ୍କୁ ପରମ୍ପରା ଅନୁସାରେ ଖଡ଼ି ଛୁଆଁଇ ପାଠ୍ୟ ଉପକରଣ ବାଣ୍ଟି ଥିଲେ।  ସେହିପରି ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ଚାଲାଣଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖଡ଼ି ଛୁଆଁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ ନୀଲିମାରୀ, ଶୋରିଷମାଳ, ପାଣ୍ଡ୍ରିପାଣି ଆଶ୍ରମ ବିଦ୍ୟାଳୟରେ ଶିଶୁ ବାଟିକା ପ୍ରବେଶ ଉତ୍ସବ ଉଦଘାଟନ କରି ଶିଶୁମାନଙ୍କୁ ଖଡ଼ି ଛୁଆଁଇ ସିଲଟ, ଖଡ଼ି ଓ ପାଠ୍ୟ ଉପକରଣ ବାଣ୍ଟିଛନ୍ତି।

ମାଲକାନଗିରି ବିଧାୟକ ପ୍ରତିନିଧି ନିହାର ରୟ ସିନ୍ଧ୍ରିମାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି ଗୋବିନ୍ଦ ପାତ୍ର ଚିତ୍ରକୋଣ୍ଡା ଟେମ୍ପରାରି କଲୋନୀସ୍ଥିତ ବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।   ଏହି ଅବସରରେ ଶିକ୍ଷା ବିଭାଗ ପକ୍ଷରୁ ନୂତନ ଭାବେ ବିଦ୍ୟାଳୟରେ ପ୍ରବେଶ କରିଥିବା କୁନି ଶିଶୁ ମାନଙ୍କୁ ଶିକ୍ଷା ଉପକରଣ ବଣ୍ଟନ କରାଯାଇଥିଲା।        

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲା ପାଳ ଆଶିଷ ଈଶ୍ୱର ପାଟିଲ ଶିକ୍ଷା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି। ଏହି ରଥ ଏପ୍ରିଲ ୨ ରୁ ୫ ପର୍ଯ୍ୟନ୍ତ ଚାରି ଦିନ ଧରି ସାତ ଟି ବ୍ଲକ ର ପ୍ରତ୍ୟେକ ପଞ୍ଚାୟତ ଭ୍ରମଣ କରି ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କ ଖଡ଼ି ଛୁଆଁ ଲାଗି ସଚେତନତା ସୃଷ୍ଟି କରିବ। ଜିଲ୍ଲାର ସମସ୍ତ ବ୍ଲକ୍ ରେ ସାତ ଗୋଟି ରଥର ଶୁଭାରମ୍ଭ     ଭାରପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଉମା ପ୍ରସାଦ ଦାଶ ଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ସମଗ୍ର ଶିକ୍ଷା ଅଭିଯାନ ସହକାରୀ ଯନ୍ତ୍ରୀ ଇଂ ସରୋଜ କୁମାର ସାମନ୍ତରାୟ, ଶୈକ୍ଷିକ ସଂଯୋଜକ ଶେଷ ଶଙ୍କର ମହାଲିକ, ଶୈକ୍ଷିକ ପରାମର୍ଶଦାତା ସୀତାରାମ ଗୌଡ, ବ୍ଲକ ଶିକ୍ଷା ଅଧିକାରୀ ରବିନ୍ଦ୍ର କୁମାର ଧର, ବ୍ଲକ ସାଧନ କେନ୍ଦ୍ର ସଂଯୋଜକ ଓ ପଞ୍ଚାୟତ ସାଧନ କେନ୍ଦ୍ର ସଂଯୋଜକ ଉପସ୍ଥିତ ଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.