ଭୁବନେଶ୍ବର,୨୨।୪ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରିଛନ୍ତି। ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ରାଜସ୍ବ ତଥା ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯିବ। ଏହି କମିଟି ବର୍ତ୍ତମାନ ସ୍ଥିତି ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବେ।
ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଦେଓରଂଜନ କୁମାର ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ବିଭିନ୍ନ ବିଭାଗର ସଚିବ, ପୋଲିସ ମହାନିର୍ଦ୍ଦେଶକ, ୱାଇ.ବି. ଖୁରାନିଆ ଏବଂ କୋରାପୁଟ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ । ନବରଂଗପୁର ଠାରୁ ଆଭାସୀ ଜରିଆରେ ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଡି ହୋଇଥିଲେ ।