ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଅସ୍ଥାୟୀ ଡାଇଭର୍ସନକୁ ଭାଙ୍ଗିଲା ପ୍ରଶାସନ, ବୈଶିଙ୍ଗା-ମାଣତ୍ରୀ ମଧ୍ୟରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍

Published By : Swapna Ray | October 27, 2024 11:35 AM

ବେତନଟୀ, ୨୭।୧୦: ପୂର୍ତ୍ତବିଭାଗ ନିରୀକ୍ଷଣରେ ଏମଡିଆର-୭୦ ରାସ୍ତାର ନିର୍ମାଣକାର୍ଯ୍ୟ ମନ୍ଥର ଗତିରେ ଚାଲିଛି । ଅନ୍ୟପଟେ ମାନଗୋବିନ୍ଦପୁର ତାଳଗଛଠାରେ ଅସମ୍ପୂର୍ଣ୍ଣ ପୋଲ ପାଇଁ ନିର୍ମିତ ଅସ୍ଥାୟୀ ଡାଇଭର୍ସନ ଯୋଗୁଁ ଏକର ଏକର ଚାଷଜମି ଜଳମଗ୍ନ ହୋଇଯାଇଛି । ଏନେଇ ରବିବାର ସକାଳେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଜିଲ୍ଲାପାଳ, ଏସପି ଏବଂ ବିଡିଓଙ୍କ ହସ୍ତକ୍ଷେପରେ ଅସ୍ଥାୟୀ ଡାଇଭର୍ସନକୁ ଖୋଳି ବର୍ଷାଜଳ ନିଷ୍କାସନ କରାଯାଇଛି । ଫଳରେ ବୈଶିଙ୍ଗା-ମାଣତ୍ରୀ ମଧ୍ୟରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ପୂର୍ତ୍ତ ବିଭାଗ ପକ୍ଷରୁ ବୈଶିଙ୍ଗା-ମାଣତ୍ରୀ ରାସ୍ତାର ପ୍ରଶସ୍ତିକରଣ କାର୍ଯ୍ୟ ଚାଲୁ ରହିଥିବା ବେଳେ ମାନଗୋବିନ୍ଦପୁର ତାଳଗଛ ଛକ ନିକଟରେ ଏକ ପୋଲ ନିର୍ମାଣ କରାଯାଉଛି । ତେବେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଏବଂ ଠିକାଦାରଙ୍କ ମନମୁଖୀ କାମ ପାଇଁ ଦୀର୍ଘଦିନ ଧରି ପୋଲକାମ ଅଧପନ୍ତରିଆ ହୋଇ ରହିଛି । ପୋଲ ପାଇଁ ନିର୍ମିତ ଅସ୍ଥାୟୀ ଡାଇଭର୍ସନ ଦେଇ ଦୈନିକ ଶହଶହ ଯାନବାହନ ଚଳାଚଳ କରୁଛି । 

ତେବେ ସାମୁଦ୍ରିକ ଝଡ଼ 'ଦାନା'  ପ୍ରଭାବରେ ଲଗାଣବର୍ଷା ଯୋଗୁଁ ବୁଢ଼ାବଳଙ୍ଗ ନଦୀରେ ବନ୍ୟା ଆସିଥିବା ବେଳେ ଅନେକ ଛୋଟବଡ଼ ନଦୀନାଳରେ ଜଳସ୍ତର ବଢ଼ିଯାଇଛି । ଏଭଳି ସ୍ଥିତିରେ ମାନଗୋବିନ୍ଦପୁର ତାଳଗଛ ଛକ ନିକଟରେ ନିର୍ମାଣାଧୀନ ପୋଲ ପାଇଁ ଥିବା ଅସ୍ଥାୟୀ ଡାଇଭର୍ସନ ବର୍ଷାଜଳ ନିଷ୍କାସନର ମୁଖ୍ୟ ବାଧକ ସାଜିଥିଲା । ଫଳରେ ଏକର ଏକର ଚାଷଜମି ଜଳମଗ୍ନ ହୋଇଯାଇଥିଲା । ଯାହାକୁ ନେଇ ସ୍ଥାନୀୟ ଚାଷୀ ଏବଂ ଜନସାଧାରଣଙ୍କ ମଧ୍ୟରେ ରବିବାର ସକାଳେ ତୀବ୍ର ଉତ୍ତେଜନା ଦେଖିବାକୁ ମିଳିଥିଲା । ବୈଶିଙ୍ଗା ଥାନା ଅଧିକାରୀ ତପନ କୁମାର ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ । ଶେଷରେ ଜଳନିଷ୍କାସନର ଅନ୍ୟ ବିକଳ୍ପ ନଥିବାରୁ ବାଧ୍ୟ ହୋଇ ଅସ୍ଥାୟୀ ଡାଇଭର୍ସନକୁ କାଟିଦିଆ ଯାଇଥିଲା । ଫଳରେ ବୈଶିଙ୍ଗା-ମାଣତ୍ରୀ ମଧ୍ୟରେ ଯୋଗାଯୋଗ ସମ୍ପୂର୍ଣ୍ଣ ବିଛିନ୍ନ ହୋଇଯାଇଛି । ବନ୍ୟାସ୍ଥିତି ଅନୁଧ୍ୟାନ କରିବାକୁ ଯାଇଥିବା ଜିଲ୍ଲାପାଳ ହେମକାନ୍ତ ସଏ ଏବଂ ଏସପି ବରୁଣ ଗୁଣ୍ଟୁପାଲିଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିବା ସହିତ ଯଥାଶୀଘ୍ର ଉକ୍ତ ରାସ୍ତାର ମରାମତି ନେଇ ପ୍ରତିଶୃତି ଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.