ପ୍ରମୂଖ ଖବର
  • ସୋର : ପାଇଖାନା ଟାଙ୍କି କାମ କରୁଥିଲେ, ବିଦ୍ୟୁତ ଆଘାତରେ ୩ ଶ୍ରମିକ ମୃତ
  • ||
  • ସରିଲା କ୍ରିକେଟର ରିଙ୍କୁ ସିଂଙ୍କ ନିର୍ବନ୍ଧ; ପ୍ରିୟା ସରୋଜଙ୍କୁ ପିନ୍ଧାଇଲେ ମୁଦି, ଲୁହ ଅଟକାଇ ପାରିଲେନି ସାଂସଦ
  • ||
  • ଶିଳ୍ପ ବିକାଶ ନେଇ ରାଜ୍ୟ ସରକାରଙ୍କ ବୈଠକ, ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
  • ||
  • ୧୭ ବର୍ଷ, ଅନେକ ଚ୍ୟାଲେଞ୍ଜ ଆଉ ଐତିହାସିକ ଚେନାବ ବ୍ରିଜ... ଜାଣନ୍ତୁ କିଏ ମାଧବୀ ଲତା ? ତୁଲାଇଥିଲେ ବଡ଼ ଭୂମିକା
  • ||
  • ଅନୁଗୁଳ : ବିଦ୍ୟୁତ୍ ଆଘାତରେ ଶିଶୁପୁତ୍ର ଗୁରୁତର, ମେଡିକାଲରେ ଭର୍ତ୍ତି
  • ||
  • ଅନୁଗୁଳ : କାରଖାନାରେ ଅଘଟଣ, ୧୫ ଫୁଟ ଉଚ୍ଚରୁ ପଡ଼ି ଶ୍ରମିକ ମୃତ
  • ||
  • ଢେଙ୍କାନାଳ : ବଗିଚା ଜଗିବାକୁ ଯିବାବେଳେ କଚାଡି ଦେଲା ହାତୀ, ବୃଦ୍ଧ ଗୁରୁତର
  • ||
  • ରାଜଧାନୀ‌ରେ ଚାଞ୍ଚଲ୍ୟ: ନାବାଳିକାକୁ ସେବାୟତଙ୍କ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
  • ||
  • ଏଲନ ମସ୍କଙ୍କୁ ଭୟଙ୍କର ପରିଣାମ ଭୋଗିବାକୁ ପଡିବ...ଡୋନାଲ୍ଡ ଟ୍ରମ୍ପଙ୍କ ଚେତାବନୀ
  • ||
  • ଅଶାନ୍ତ ମଣିପୁର; ୫ ଦିନ ୫ ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ
  • ||
  • ଭଦ୍ରକ : ଓଲଟିଲା ବାଲି ବୋଝେଇ ଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ପରିବାରଲୋକେ
  • ||
  • କୋଲମ୍ବିଆରେ ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲଙ୍କୁ ଗୁଳିମାଡ଼, ସଙ୍କଟାପନ୍ନ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ତତଲା କଢ଼େଇରେ ସିଝୁଛି ଓଡ଼ିଶା: ୩ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ତାତି, ସୋମବାର ୪୪ ଡିଗ୍ରୀ ଛୁଇଁପାରେ ପାରଦ
  • ||

ବିଧାୟକ ଓ ସାଂସଦଙ୍କ ସମ୍ମିଳନୀ : ସ୍ୱଚ୍ଛ ଏବଂ ଜନକଲ୍ୟାଣକାରୀ ଶାସନର ଯୁଗ ଆରମ୍ଭ ହୋଇଛି : ମୁଖ୍ୟମନ୍ତ୍ରୀ

Published By : Suraj Kumar | June 8, 2025 11:26 PM

ଭୁବନେଶ୍ୱର, ୮।୫ :  ଆତଙ୍କବାଦ ବିରୋଧରେ ଅପରେସନ ସିନ୍ଦୁରର ସଫଳତା ପାଇଁ  ଭାରତର ସେନା ବାହିନୀକୁ ସଲାମ କରୁଛି ଏବଂ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୃଢ ନେତୃତ୍ୱ ପାଇଁ ଅଭିନନ୍ଦନ ଜଣାଉଛି । ମୋଦୀଜୀଙ୍କ ଦୃଢ ନେତୃତ୍ୱରେ ଭାରତ ଆଜି ସାରା ବିଶ୍ୱରେ ଆତଙ୍କବାଦ ବିରୋଧରେ ଲଢେଇ କରୁଥିବା ସବୁଠାରୁ ଅଗ୍ରଣୀଦେଶ ଭାବେ ବିଶ୍ୱର ଦୃଷ୍ଟି ଆକର୍ଷଣ କରିପାରିଛି ବୋଲି ବିଧାୟକ ଓ ସାଂସଦଙ୍କ ସମ୍ମିଳନୀରେ  ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି। 

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଗତ ଏକ ବର୍ଷର ଯାତ୍ରା ଏକ ସ୍ପଷ୍ଟ ଜନାଦେଶ ଏବଂ ଦୃଢ଼ ପ୍ରତିବଦ୍ଧତା ସହିତ ଆରମ୍ଭ ହୋଇଥିଲା। ଏକ ସ୍ୱଚ୍ଛ, ଉତ୍ତରଦାୟୀ ଏବଂ ଜନକଲ୍ୟାଣକାରୀ ଶାସନର ନୂତନ ଯୁଗ ଆରମ୍ଭ ହୋଇପାରିଛି। କ୍ଷେତରେ ଚାଷୀଙ୍କ ଠାରୁ ଆରମ୍ଭ କରି ଗାଁର କାରିଗର, ଶ୍ରେଣୀ ଗୃହରେ ଛାତ୍ରଙ୍କ ଠାରୁ ଆରମ୍ଭ କରି ଉଦ୍ୟୋଗୀ ପର୍ଯ୍ୟନ୍ତ ପ୍ରତ୍ୟେକ ନାଗରିକଙ୍କୁ ସଶକ୍ତ କରିବା ପାଇଁ ଆମେ ପ୍ରତିଶ୍ରୁତି ଦେଇଥିଲୁ। ଆମର ପ୍ରତିଶୃତିଗୁଡ଼ିକୁ ବାସ୍ତବତାରେ ପରିଣତ କରିଛୁ।

ଶାସନଭାର ସମ୍ଭାଳିବା ସହିତ ଆସିଥିଲା ଏକ ଗୁରୁ ଦାୟିତ୍ଵ। ଓଡିଶାର ସାଢେ ଚାରିକୋଟି ଜନତା ଯେଉଁ ଆଶା ଓ ଆକାଂକ୍ଷା ସହିତ ଏକ ବିକଳ୍ପ ବାଛିଥିଲେ, ତାହା ପୂରଣ କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ ଥିଲା। ଆମର ପ୍ରତିଶୃତି, ଲୋକଙ୍କ ଆଶା, ରାଜ୍ୟର ସମ୍ବଳ ସବୁକୁ ବିଚାର କରି କେବଳ ଗୋଟିଏ ବର୍ଷ ନୁହେଁ, ‘ସମୃଦ୍ଧ ଓଡିଶା’ ପାଇଁ ଯୋଜନା ପ୍ରସ୍ତୁତ କରିଥିଲୁ। ଏହି ଯୋଜନାରେ ଥିଲା ଚାରିଗୋଟି ସ୍ତମ୍ଭ, ‘ଜୀବନ ଜୀବିକା, ଭିତ୍ତିଭୂମି, ସାମାଜିକ ସୁରକ୍ଷା ଓ ସମାଜ କଲ୍ୟାଣ ତଥା ଓଡିଆ ଅସ୍ମିତା’। ଏହି ଭାବ ସରକାରଙ୍କ ଦ୍ଵାରା ପ୍ରସ୍ତୁତ ପ୍ରଥମ ବଜେଟରେ ପ୍ରତିଫଳିତ ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 

 

            

             

 

 

  

ଏହି ବୈଠକରେ ବାଚସ୍ପତି ସୁରମା ପାଢ଼ୀ , ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ, ରାଜ୍ୟ  ସାଂସଦଗଣ ଓ ବିଧାୟକଗଣ ଉପସ୍ଥିତ ରହି ଏକ ବର୍ଷର ସଫଳତା ଓ ଭବିଷ୍ୟତ ବିକାଶ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.