ପ୍ରମୂଖ ଖବର
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

କରମଡିହିରେ ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୫ ଜଣକୁ ନିର୍ମମ ହତ୍ୟା, ୪ ଗୁରୁତର

Published By : Harapriya Sethi | October 30, 2024 8:00 AM

ସୁନ୍ଦରଗଡ଼, ୩୦/୧୦: କରମଡିହି ନିକଟରେ ଦୁଇ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଏହି ଗୋଷ୍ଠୀ ସଂଘର୍ଷରେ ପାଞ୍ଚ ଜଣ ପ୍ରାଣ ହରାଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ପରକୀୟା ପ୍ରୀତିକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥବା ଜଣାପଡ଼ିଛି । ଆକ୍ରମଣକାରୀ ଗୋଷ୍ଠୀ ଜଣେ ମହିଳା ଓ ଦୁଇ ଶିଶୁଙ୍କୁ ନେଇ ଫେରାର ହୋଇଯାଇଛି । ସୁନ୍ଦରଗଡ଼ ଜିଲ୍ଲା ସଦର ଥାନା ଅନ୍ତର୍ଗତ କରମଡିହି ନିକଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଗତ କିଛି ମାସରୁ ମହାରାଷ୍ଟ୍ରର ୱାର୍ଦ୍ଧା ଅଞ୍ଚଳର ଏକ ଯାଯାବର ଦଳ ଆସି କରମଡିହି ନିକଟରେ ତମ୍ବୁ ଲଗାଇ ରହି ଆସୁଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଅବିନାଶ ପାୱାରର ପ୍ରଥମ ସ୍ତ୍ରୀ ତାଙ୍କର ଗୋଟିଏ ପୁଅ ଏବଂ ତାକୁ ଛାଡି ଅନ୍ୟ କାହା ସହିତ ପଳାଇଯାଇଥିଲା । ପରେ ଅବିନାଶ ଆଉ ଜଣେ ମହିଳାକୁ ଆଣିଥିଲା । ଅବିନାଶଙ୍କର ପୂର୍ବ ସ୍ତ୍ରୀ ପଟରୁ ଗୋଟିଏ ପୁଅ ଏବଂ ଦ୍ବିତୀୟ ସ୍ତ୍ରୀ ପଟରୁ ଦୁଇଟି ସନ୍ତାନ ରହିଛନ୍ତି । ତେବେ ଦ୍ବିତୀୟ ସ୍ତ୍ରୀର ଆଉ ଏକ ଗୋଷ୍ଠୀ ସହିତ ବିବାଦ ଲାଗି ରହିଥିଲା। 

ତେବେ ମଙ୍ଗଳବାର ରାତି ପ୍ରାୟ ୧୧ ଟା ବେଳେ ସମସ୍ତେ ଶୋଇଥିବା ବେଳେ ହଠାତ୍ କିଛି ଲୋକ ଆସି ଏମାନଙ୍କ ଉପରେ ଭୁଜାଲିରେ ଆକ୍ରମଣ କରିଥିଲେ । ଯାହା ଫଳରେ ତିନି ମହିଳାଙ୍କ ସହିତ ମୋଟ ପାଞ୍ଚ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଦୁଇ ଶିଶୁଙ୍କ ସମେତ ଅବିନାଶ ଓ ଅନ୍ୟ ଜଣେ ସ୍ତ୍ରୀ ଆହତ ହୋଇଛନ୍ତି । ଘଟଣା ପରେ ଅବିନାଶଙ୍କ ଦ୍ବିତୀୟ ସ୍ତ୍ରୀ ଓ ଦୁଇ ଶିଶୁଙ୍କୁ ନେଇ ଫେରାର ମାରିଛନ୍ତି ଆକ୍ରମଣକାରୀ । ଏହି ଘଟଣା ପରେ ଅବିନାଶ ସଦର ଥାନା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଧରିବା ପାଇଁ ତନାଘନା ଚଳାଇ ଥିବା ବେଳେ ସଦର ଏସଡିପିଓ, ଏସପି ଏବଂ ଡିଆଇଜି ପଶ୍ଚିମାଞ୍ଚଳ ଡାକ୍ତରଖାନାରେ ପହଞ୍ଚି ତଦନ୍ତ କରିଛନ୍ତି । ବର୍ତ୍ତମାନ ପୋଲିସର ଦୁଇଟି ଟିମ୍ ଆକ୍ରମଣକାରୀଙ୍କୁ ଧରିବା ପାଇଁ ବିଭିନ୍ନ ଅଞ୍ଚଳରେ ଚଢ଼ାଉ ଜାରି ରଖିଥିବା ଜଣାପଡିଛି । ଚାରି ପ୍ଲାଟୁନ ଫୋର୍ସର ଟିମ୍ ଗଠନ କରି ପୋଲିସ ସବୁ ଦିଗରେ ଖୋଜାଖୋଜି କରୁଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.