ମେଷ : ଦଶମ ଚନ୍ଦ୍ର, ଘାତ ତିଥି ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଶତ୍ରୁ ବୃଦ୍ଧି, ସହକର୍ମୀଙ୍କ ବିରୋଧ, ପରିବାରରେ ଅଶାନ୍ତି ଏବଂ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ଚାଲି ଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଭାବ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ ।
ବୃଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରୀୟ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିବ । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦା ବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୃଗ ଶିରା ବୃଷ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁହନୁମାନ ।
ମିଥୁନ : ଅଷ୍ଟମଚନ୍ଦ୍ର, ଶନିବାର ଓ ସକାଳ ୬ଟା ୦୩ମିନିଟ୍ ପରେ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟବ୍ୟବହାର ଏବଂ ଯାନ ବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁ ସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚବ ଏବଂ କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ । ଯେଉଁମାନଙ୍କର ମୃଗ ଶିରା ମିଥୁନ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
କର୍କଟ : ସପ୍ତମଚନ୍ଦ୍ର, ଶନିବାର ଓ ଘାତ ତିଥି ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ ନାହିଁ । ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।
ସିଂହ : ଘାତ ଚନ୍ଦ୍ର, ଘାତବାର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପରିବାର ସଦସ୍ୟଙ୍କ ସହ କଥାବାର୍ତ୍ତାବେଳେ ଯଥା ସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରେ ସନ୍ତୁଳିତ ହେବେ ଏବଂ ପରିବାରରେ ଅଶାନ୍ତିର ବାତା ବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଉତରା ଫାଲ୍ଗୁନୀ ସିଂହ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୦୬, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
କନ୍ୟା : ପଞ୍ଚମ ଚନ୍ଦ୍ର, ଘାତବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁ ତ୍ପନ୍ନମତି, ଦୂର ଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତି ଲୋପ୍ ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ବିଘ୍ନ ଉପୁଜିବ ଏବଂ ସେମାନଙ୍କର ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ଓ ଚିତ୍ରାକନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ଚତୁର୍ଥ ଚନ୍ଦ୍ର, ଶନିବାର, ଷଷ୍ଠୀ, ତିଥି ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପରିବାର ସଦସ୍ୟଙ୍କ ସହଯୋଗ ମିଳିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖାତୁଳା ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ମା’ କମଳା ।
ବିଛା : ତୃତୀୟ ଚନ୍ଦ୍ର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁ ସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ସୁଖବର, ସୁସମ୍ବାବ ମିଳିବ ଏବଂ ସମସ୍ତ କର୍ମରେ ସୁ ଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ମନରେ ଦୃଢ଼ ଇଚ୍ଛା ଶକ୍ତି, ଆତ୍ମ ବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।
ଧନୁ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ଉତ୍ତରା ଷାଢ଼ା ଧନୁ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ମକର : ଶ୍ରୀଚନ୍ଦ୍ର, ଶନିବାର ଓ ଷଷ୍ଠୀତିଥି ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ଦ୍ୱାଦଶଚନ୍ଦ୍ର, ଶନିବାର ଯୋଗୁ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ଅପସରି ଯିବ ଏବଂ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର କମ୍ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁମାନଙ୍କର ଶତ ଭିଷା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା :୩, ଆରାଧନା : ମା’ ବିମଳା ।
ମୀନ : ଏକାଦଶଚନ୍ଦ୍ର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ପୂର୍ବ ଭାଦ୍ର ଓ ରେବତୀମୀନ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩