PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଶେଷ ମୁହୂର୍ତ୍ତରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, କେନ୍ଦୁଝର ଲୋକସଭା ଓ ୨ ବିଧାନସଭା ପ୍ରାର୍ଥୀ ବଦଳିଲେ

ଭୁବନେଶ୍ୱର ୪/୪: ଶେଷ ମୁହୂର୍ତ୍ତରେ ୩ ପ୍ରାର୍ଥୀ ବଦଳାଇଲା କଂଗ୍ରେସ । କେନ୍ଦୁଝର ଲୋକସଭା ଓ ୨ ବିଧାନସଭା ପ୍ରାର୍ଥୀ ବଦଳାଇଛି ଦଳ । ପୂର୍ବରୁ କେନ୍ଦୁଝର ଲୋକସଭା ପାଇଁ ଫକୀରମୋହନ ନାୟକଙ୍କୁ ଟିକେଟ୍ ଦେଇଥିଲା ଦଳ । ଏବେ ତାଙ୍କ ବଦଳରେ ମୋହନ ହେମ୍ବ୍ରମଙ୍କୁ ଲୋକସଭା ପ୍ରାର୍ଥୀ କରାଯାଇଛି ।

ପୂର୍ବରୁ ତେଲକୋଇ ବିଧାନସଭା ପାଇଁ ଟିକେଟ ପାଇଥିଲେ ମୋହନ । ତାଙ୍କୁ ବଦଳାଯାଇ ତାଙ୍କ ସ୍ଥାନରେ ପ୍ରଶାନ୍ତ ଦଳେଇଙ୍କୁ ତେଲକୋଇ ବିଧାନସଭା ପ୍ରାର୍ଥୀ ଟିକେଟ ମିଳିଛି । ଏହାସହ ପାଟଣା ବିଧାନସଭା ପାଇଁ ମଧ୍ଯ ପ୍ରାର୍ଥୀ ବଦଳାଇଲା ଦଳ । ଗୋପେଶ୍ୱର ନାଏକଙ୍କ ସ୍ଥାନରେ ବିନୋଦ ନାଏକ ପ୍ରାର୍ଥୀ ହୋଇଛନ୍ତି । ଶେଷ ମୁହୂର୍ତ୍ତରେ ଟିକେଟ ପାଇ ନାମାଙ୍କନ ଦାଖଲ କରିଛନ୍ତି ସମସ୍ତ ପ୍ରାର୍ଥୀ ।