ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

କୀଟନାଶକ ପିଇ ଆତ୍ମହତ୍ୟା କଲେ କଂଗ୍ରେସ ନେତାଙ୍କ ପୂରା ପରିବାର, ଋଣଭାର ପାଇଁ ମାନସିକ ଚାପରେ ଥିବା ସନ୍ଦେହ...

ନୂଆଦିଲ୍ଲୀ: ଛତିଶଗଡର ଜାଂଜଗିରି ଚମ୍ପାରେ କଂଗ୍ରେସ ନେତା ପଞ୍ଚରାମ ଯାଦବଙ୍କ ସମେତ ପରିବାରର ଚାରିଜଣ ସଦସ୍ୟ ବିଷ ପିଇ ଆତ୍ମହତ୍ୟା କରିଛନ୍ତି । ସମସ୍ତ ଚାରିଜଣଙ୍କୁ ବିଲାସପୁରର ସିମ୍‌ସି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ଗତକାଲି ରାତିରେ ଚିକିତ୍ସା ସମୟରେ ବଡ ପୁଅ ନୀରଜ ଯାଦବଙ୍କ ମୃତ୍ୟୁ ହୋଇଥିଲା । ବର୍ତ୍ତମାନ କଂଗ୍ରେସ ନେତା ପଞ୍ଚରମା, ତାଙ୍କ ପତ୍ନୀ ଏବଂ ସାନ ପୁଅ ସୁରଜ ଯାଦବଙ୍କ ମଧ୍ୟ ଦେହାନ୍ତ ହୋଇଛି । ଋଣ ସମସ୍ୟା ହେତୁ ସମଗ୍ର ପରିବାର ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । କୋଟୱାଲି ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

କଂଗ୍ରେସ ନେତା ପଞ୍ଚରାମ ଯାଦବ ଜାଂଜଗିର ପୌରସଂସ୍ଥାରେ ଜଣେ କଣ୍ଟ୍ରାକ୍ଟର ଭାବରେ କାର୍ଯ୍ୟ କରୁଥିଲେ । କୁହାଯାଉଛି ଯେ ସେ ଋଣ ଭାରରରେ ବୁଡି ରହିଥିଲେ ।  ଆଉ ଏହି ଋଣ ଭାର ଯୋଗୁଁ ପୁରା ପରିବାର ଚାପରେ ଥିଲେ । ଏଥି ପାଇଁ ସମସ୍ତେ କୀଟନାଶକ ପିଇଥିଲେ । ଏସପି ରାଜେନ୍ଦ୍ର କୁମାର ଜୈସୱାଲ କହିଛନ୍ତି ଯେ ସମସ୍ତଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଜିଲ୍ଲା ଡାକ୍ତରଖାନାର ଡାକ୍ତରମାନେ ଚାରିଜଣଙ୍କୁ ସିମ୍‌ସି ବିଲାସପୁରକୁ ପଠାଇଥିଲେ । ବଡ ପୁଅ ନୀରଜ ରାସ୍ତାରେ ମୃତ୍ୟୁ ବରଣ କରିଥିଲେ । SIMS ବିଲାସପୁରରେ ଅନ୍ୟ ସମସ୍ତଙ୍କ ଚିକିତ୍ସା ଜାରି ରହିଥିଲା । 

ଆଜି ସକାଳେ ପଞ୍ଚରାମଙ୍କ ସହ ତାଙ୍କ ପତ୍ନୀ ଏବଂ ସାନ ପୁଅ ମଧ୍ୟ ମୃତ୍ୟୁ ବରଣ କରିଛନ୍ତି । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଏସପି କଂଗ୍ରେସ ନେତାଙ୍କ ଘରକୁ ଯାଞ୍ଚ କରିଥିଲେ । ଯାଞ୍ଚ ପରେ ଘରକୁ ସିଲ୍ କରାଯାଇଛି । ଏସପି ରାଜେନ୍ଦ୍ର କୁମାର ଜୈସୱାଲ କହିଛନ୍ତି ଯେ, କଂଗ୍ରେସ ନେତାଙ୍କ ମୃତ୍ୟୁ ପଛରେ ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ । ପୋଲିସ ଏହି ଘଟଣାର ତଦନ୍ତ କରୁଛି । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.