ପ୍ରମୂଖ ଖବର
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ବିଧାନସଭାରେ କଂଗ୍ରେସ ବିଧାୟକ ଓ ମାର୍ଶାଲ ମୁହାଁମୁହିଁ, ରାମଚନ୍ଦ୍ର କାଡ଼ାମ ଆହତ

Published By : Prameya | March 25, 2025 10:16 PM

ଭୁବନେଶ୍ବର, ୨୫/୩ :   ବିଧାନସଭାରେ କଂଗ୍ରେସ ବିଧାୟକ ଓ ମୁହାଁମୁହିଁ । ଆଜି ଗୃହ ବାହାରକୁ ୨ ବିଧାୟକ ଯାଇଥିଲେ । ଉଭୟେ କଂଗ୍ରେସ ବିଧାୟକ ଦଳ ନେତାଙ୍କ ଚାମ୍ବରକୁ ଯାଇଥିଲେ । ସେଠାରୁ ଗୃହକୁ ଫେରିବା ସମୟରେ ମାର୍ଶାଲଙ୍କ ସହ ଧସ୍ତାଧସ୍ତି ହୋଇଥିଲା । ଏହି ସମୟ‌ରେ କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡ଼ାମ ଆହତ ହୋଇଛନ୍ତି । ବିଧାନସଭା ପରିସରରେ ଆମ୍ବୁଲାନ୍ସ ପହଞ୍ଚିଛି ।

ଏହି ଘଟଣାକୁ ନେଇ ବିଧାନସଭା ସମ୍ମୁଖରେ କଂଗ୍ରେସ ଦଳର ବରିଷ୍ଠ ନେତା ତଥା ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟାନୟକ, ଭକ୍ତ ଦାସ, ଶରତ ରାଉତ, ଜୟଦେବ ଜେନା ପ୍ରମୁଖ ପହଞ୍ଚି ପ୍ରତିବାଦ କରୁଛନ୍ତି । ଏଥିସହ କଂଗ୍ରେସ କର୍ମୀବି ମାଷ୍ଟରକ୍ୟାଣ୍ଟିନ ଛକ ଏବଂ ବିଧାନସଭା ସମ୍ମୁଖରେ ପ୍ରତିବାଦ କରିଛନ୍ତି ।

ଉଲ୍ଲେଖଯୋଗ୍ୟ, ବିଧାନସଭାରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସର ୧୪ରୁ ୧୨ ଜଣ ବିଧାୟକଙ୍କୁ ୭ କାର୍ଯ୍ୟଦିବସ ପାଇଁ ନିଲମ୍ବିତ କରିଥିଲେ ବାଚସ୍ପତି। ନିଲମ୍ବିତ ହୋଇଥିବା ୧୨ କଂଗ୍ରେସ ବିଧାୟକଙ୍କ ମଧ୍ୟରେ ଅଛନ୍ତି ରାମଚନ୍ଦ୍ର କାଡାମ, ରାଜନ ଏକ୍କା, ସୋଫିଆ ଫିର୍ଦ୍ଦୋସ, ଅଶୋକ ଦାସ, ମଙ୍ଗୁ ଖିଲ, ଦାଶରଥୀ ଗମାଙ୍ଗ, ସତ୍ୟଜିତ ଗମାଙ୍ଗ, ନୀଳମାଧବ ହିକକା,ସାଗର ଦାସ,କାଡ୍ରାକା ଆପଲା ସ୍ବାମୀ,ପ୍ରଫୁଲ୍ଲ ପ୍ରଧାନ, ପବିତ୍ର ସାଉଁତା ପ୍ରମୁଖ । ଆଉ ଏହା ପରେ ଏହି ବିଧାୟକମାନେ ବିଧାନସଭା ଗୃହ ବାହାରେ ବିରୋଧ ପ୍ରଦର୍ଶନ କରିବା ସହ ରାତି ସାରା ବିରୋଧ ଜାରି ରଖିବେ ବୋଲି କହିଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.