ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

କଣ୍ଟେନରକୁ ପିଟିଲା ବସ୍‌, ୧୨ରୁ ଅଧିକ ଆହତ

Published By : Harapriya Sethi | November 18, 2024 7:31 AM

ଜଳେଶ୍ୱର,୧୮/୧୧: କଣ୍ଟେନରକୁ ପଛ ପଟୁ ଧକ୍କା ଦେଲା ବସ୍‌ । ବସ୍‌ଟି କେଲକାତାରୁ ଭୁବନେଶ୍ବର ଆସୁଥିଲା । ଉକ୍ତ ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିବା ବେଳେ ତନ୍ମଧ୍ୟରୁ ୧୨ ଜଣଙ୍କ ଠାରୁ ଆହତ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଲକ୍ଷ୍ମଣ ନାଥ ଟୋଲ ପ୍ଲାଜା ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ ,ଏକ ଯାତ୍ରୀବାହୀ ବସ୍‌ କୋଲକାତାରୁ ୫୦ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ବର ଆସୁଥିଲା । ଏହି ସମୟରେ ଲକ୍ଷ୍ମଣ ନାଥ ଟୋଲ ପ୍ଲାଜା ନିକଟରେ ବସ୍‌ଟି ଏକ କଣ୍ଟେନରକୁ ପଛପଟୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୧୨ ଜଣଙ୍କ ଠାରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ । ଏହା ଦେଖି  ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ  ଜଳେଶ୍ୱର ଥାନା ପୋଲିସ ପହଞ୍ଚି ଥିଲା । ସେଠାରେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଇଛନ୍ତି । ଏହା ସହ ଘଟଣାସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି ପୋଲିସ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.