ଭୁବନେଶ୍ବର, ୧୭।୧୨ : ସମୟସୀମା ଭିତରେ କାମ ନସାରିଲେ ଠିକାଦାରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ଗୁଣବତ୍ତାରେ ବି କୌଣସି ସାଲିସ ହେବନି । ସମୟ ସୀମା ସୁଦ୍ଧା କାମ ଶେଷ ନକଲେ ଦଣ୍ଡ ବିଧାନ ହେବ। ଜରିମାନା ହେବା ସହ ଅନ୍ୟ କାର୍ଯ୍ୟାନୁଷ୍ଠାନ ବି କରିବେ ସରକାର। ପ୍ରକଳ୍ପ କାମ ପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରକଳ୍ପ ଗୁଡିକର ସମୀକ୍ଷା ପରେ ପୂର୍ତ୍ତ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ କହିଛନ୍ତି।
ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ହୋଇଥିଲା ବିସ୍ତୃତ ସମୀକ୍ଷା ବୈଠକ। ଯେଉଁଥିରେ ବିଭାଗୀୟ ଅଧିକାରୀଙ୍କ ସହ ସମସ୍ତ ଏଜେନସି ଏବଂ ଠିକାଦାରମାନେ ଉପସ୍ଥିତ ଥିଲେ। ରାଜ୍ୟର ସମସ୍ତ ରୋଡ଼, ବ୍ରିଜ, ବିଲଡିଂ, ଏନଏଚ ପ୍ରକଳ୍ପ, ଓବିସିସି ପ୍ରକଳ୍ପ ନେଇ ମନ୍ତ୍ରୀ ବିସ୍ତୃତ ସମୀକ୍ଷା କରିଥିଲେ।. ୧୦୦ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ପ୍ରକଳ୍ପର ସମୀକ୍ଷା ହୋଇଥିଲା। ପ୍ରକଳ୍ପର ସ୍ଥିତି ନେଇ ଆଲୋଚନା ହେବା ସହ ପ୍ରକଳ୍ପ ଶେଷ ସମୟ ସୀମା ମଧ୍ୟ ଧାର୍ଯ୍ୟ କରାଯାଇଛି। ଯେଉଁ ପ୍ରକଳ୍ପରେ ସମସ୍ୟା ଅଛି ସେ ନେଇ ଆଲୋଚନା ହୋଇଛି। ପୂର୍ବରୁ ଲମ୍ବା ସମୟ ଧରି ପ୍ରକଳ୍ପ କାମ ଚାଲୁଥିଲା। ବିଭାଗକୁ ଶୃଙ୍ଖଳିତ କରିବା ସହ. ଅନ୍ୟ କିଛି ନିଷ୍ପତ୍ତି ହୋଇଛି। ଲମ୍ବା ସମୟ ପାଇଁ ଭିତ୍ତିଭୂମି ଏବଂ ରୋଡ଼ ନେଟୱାର୍କକୁ ସୁଦୃଢ କରିବାକୁ ବିସ୍ତୃତ ଆଲୋଚନା ହୋଇଛି ବୋଲି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।