ପ୍ରମୂଖ ଖବର
  • ପଶ୍ଚିମବଙ୍ଗ ଅଶାନ୍ତ ! ଗତ ୨୪ ଘଣ୍ଟାରେ ଦୁଇ ଜଣ ଟିଏମସି ନେତାଙ୍କୁ ହତ୍ୟା
  • ||
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ବ୍ୟକ୍ତି ଅପେକ୍ଷା ଗୋଷ୍ଠୀର ବିକାଶ ପାଇଁ ପ୍ରତିବଦ୍ଧ ; 'ଗ୍ରାମୀଣ ଓଡ଼ିଶାର ଗ୍ରୋଥ୍ ଇଂଜିନ୍ ସମବାୟ'

Published By : Rasmita Pradhan | July 4, 2025 1:37 PM

ଭୁବନେଶ୍ୱର, ୦୪/୦୭ : “ଆନ୍ତର୍ଜାତିକ ସମବାୟ ବର୍ଷ-୨୦୨୫” ପାଳନ ଉପଲକ୍ଷେ “ସମବାୟ ପଦଯାତ୍ରା”ର ଶୁଭାରମ୍ଭ। ଏହି ଅବସରରେ ସମବାୟ ତଥା ହସ୍ତତନ୍ତ ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି, ଲାଭ ନୁହେଁ, ସେବା ପାଇଁ ସମର୍ପିତ ସମବାୟ ଅନୁଷ୍ଠାନ। ବ୍ୟକ୍ତି ଅପେକ୍ଷା ଗୋଷ୍ଠୀର ବିକାଶ ପାଇଁ ପ୍ରତିବଦ୍ଧ ଥିବା ସମବାୟ ଅନୁଷ୍ଠାନ ଗ୍ରାମୀଣ ଓଡ଼ିଶାର ସାଜିବ ଗ୍ରୋଥ୍ ଇଞ୍ଜିନ।  

ଗୁରୁବାର ସକାଳ ୭ଟାରେ ମଧୁସୂଦନ ସମବାୟ ପରିଚାଳନା ପ୍ରତିଷ୍ଠାନ ଠାରୁ ଗୋପବନ୍ଧୁ ଛକ ପର୍ଯ୍ୟନ୍ତ ଏକ ସମବାୟ ପଦଯାତ୍ରା ଆୟୋଜିତ ହୋଇଥିଲା । ସମବାୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ଏହି ପଦଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏଥିରେ ଅଂଶ ଗ୍ରହଣକାରୀମାନେ ବିଭିନ୍ନ ସ୍ଲୋଗାନ୍ ଦେଇ ସମବାୟ ଅନୁଷ୍ଠାନ ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ। ଏହି ସମବାୟ ପଦଯାତ୍ରାରେ ସମବାୟ ସମିତି ସମୂହ ନିବନ୍ଧକ ସିଦ୍ଧାର୍ଥ ଦାସ, ଅତିରିକ୍ତ ନିବନ୍ଧକ ଭକ୍ତବନ୍ଧୁ ସାହୁ, ଯୁଗ୍ମ ନିବନ୍ଧକ ଲକ୍ଷ୍ମୀଧର ସୁବୁଦ୍ଧି, ମଧୁସୂଦନ ସମବାୟ ପରିଚାଳନା ପ୍ରତିଷ୍ଠାନର ନିର୍ଦ୍ଦେଶକ ଦିଲ୍ଲୀପ କୁମାର ଦାଶ, ବରିଷ୍ଠ ଅଧ୍ୟାପକ ସରୋଜ କୁମାର କଶ୍ୟପ, ଅନୁଷ୍ଠାନର କର୍ମକର୍ତ୍ତା, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଆନ୍ତର୍ଜାତିକ ସମବାୟ ବର୍ଷ-୨୦୨୫ ପାଳନ, କେନ୍ଦ୍ର ସମବାୟ ମନ୍ତ୍ରାଳୟର ଚତୁର୍ଥ ବାର୍ଷିକ ପ୍ରତିଷ୍ଠା ଦିବସ ତଥା ୫ ଜୁଲାଇରେ ପାଳନ ହେବାକୁ ଥିବା ଅନ୍ତର୍ଜାତୀୟ ସମବାୟ ଦିବସ ଉପଲକ୍ଷେ ଏହି ପଦଯାତ୍ରା ଆୟୋଜନ ହୋଇଥିଲା । ଏହି ଅବସରରେ “ମା’ ପାଇଁ ଗଛଟିଏ” (ଏକ ପେଡ୍ ମା’ କେ ନାମ) ଅଭିଯାନରେ ଭାଗ ନେଇ ମନ୍ତ୍ରୀ ଏକ ଚାରା ରୋପଣ କରିଥିଲେ । ପ୍ରକୃତି ମାତାକୁ ସୁରକ୍ଷା ଦେବା ପାଇଁ ସାରାଦେଶରେ “ମା’ ପାଇଁ ଗଛଟିଏ” ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.