ପ୍ରମୂଖ ଖବର
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ଦ୍ୱିତୀୟ କ୍ଲାସିକାଲ ଗେମ୍‌ ଡ୍ର’, ଆଜି ଟାଇବ୍ରେକରେ ଫଳାଫଳ ନିର୍ଣ୍ଣୟ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ନାବାଳିକା ଦୁଷ୍କର୍ମ ମାମଲାରେ କର୍ପୋରେଟର ଅମରେଶ ଜେନା ଗିରଫ; ଦଳରୁ ସସ୍‌ପେଣ୍ଡ କଲା ବିଜେଡି

Published By : Harapriya Sethi | July 27, 2025 12:29 PM

ଭୁବନେଶ୍ୱର,୨୭/୦୭: ନାବାଳିକା ଦୁଷ୍କର୍ମ ମାମଲାରେ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ଗିରଫ କରିଛି କମିଶନରେଟ ପୁଲିସ। ତାଙ୍କୁ ବାଲେଶ୍ୱରରୁ ଗିରଫ କରାଯାଇଥିବାର ସୂଚନା ରହିଛି । ଶନିବାର ତାଙ୍କୁ ଫେରାର ହେବା‌ରେ ସାହାଯ୍ୟ କରିଥିବା ୫ ସହଯୋଗୀଙ୍କୁ ଲକ୍ଷ୍ମୀସାଗର ଥାନା ପୁଲିସ ଗିରଫ କରିଥିଲା। ଅଭିଯୁକ୍ତମାନେ ‌ବଡ଼ଗଡ଼ ଗୌତମନଗରର ବିବେକ କୁମାର ସ୍ବାଇଁ(୨୯ ବର୍ଷ), ସନ୍ତୋଷୀବିହାର ଅଞ୍ଚଳର ବିକ୍ରମ ମହାନ୍ତି(୪୨ ବର୍ଷ), ଚିନ୍ତାମଣିଶ୍ୱର ଅଞ୍ଚଳର ଦେବେନ୍ଦ୍ର ଭୋଳ(୪୫ ବର୍ଷ) ଓ ସୁମନ କୁମାର ସାହୁ(୨୭ ବର୍ଷ) ଏବଂ ଲକ୍ଷ୍ମୀସାଗର ଶବରସାହିର ରାଜୀବ ଚମ୍ପତ୍ତି(୪୫ ବର୍ଷ)।

ସୂଚନା ମୁତାବକ, ଗତ ଗୁରୁବାର ଲକ୍ଷ୍ମୀସାଗର ଥାନାରେ ଜଣେ ଯୁବତୀ ଅମରେଶ ଜେନା ଓରଫ ବାୟାଁଙ୍କ ନାମରେ ଦୁଷ୍କର୍ମ ଅଭି‌ଯୋଗ କରିଥିଲେ। ଅଭିଯୋଗ ପରେ ପୁଲିସ ତାଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି କରିଥିଲା। କିନ୍ତୁ ଅଭିଯୁକ୍ତ ଅମ‌ରେଶ ଜେନା ଫେରାର ହୋଇଯାଇଥିଲେ। ପୁଲିସ ତାଙ୍କ ମୋବାଇଲ ଟ୍ରାକିଂ କରିବା ସହିତ ସେ କେଉଁଠାରେ ଅଛନ୍ତି ତାହାର ତଦନ୍ତ ଆରମ୍ଭ କରିଥିଲା। ତାଙ୍କ ମୋବାଇଲ ଟ୍ରାକିଂ ବେଳେ କିଛି ସହଯୋଗୀଙ୍କ ସହିତ କଥା ହୋଇଥିବା ପୁଲିସ ଜାଣିବାକୁ ପାଇଥିଲା। ସେମାନଙ୍କୁ ଥାନାକୁ ଆଣି ପୁଲିସ ପଚରାଉଚରା କରିଥିଲା। ସେମାନେ ତାଙ୍କୁ ‌ଫେରାର ହେବାରେ ସହଯୋଗ କରିଥିବା ସ୍ବୀକାର କରିଥିଲେ। ପରେ ‌ସେମାନଙ୍କୁ ଗିରଫ କରି ପୁଲିସ କୋର୍ଟଚାଲାଣ କରିଥିଲା। 

ସେପଟେ ଗିରଫ ହେବା ପରେ ବିଜେଡିରୁ ନିଲମ୍ବିତ ହୋଇଛନ୍ତି ଅମରେଶ ଜେନା  । ଦୁଷ୍କର୍ମ ଅଭିଯୋଗ ଆସିବା ପରେ ଦଳ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ତାଙ୍କୁ ସସ୍‌ପେଣ୍ଡ କରାଯାଇଥିବା ନେଇ ସୂଚନା ଜାରି ହୋଇଛି ।...

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.