ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡ଼ି: ଦମ୍ପତି ମୃତ, ଅଳ୍ପକେ ବର୍ତ୍ତିଗଲା ୪ ବର୍ଷର ଶିଶୁ

Published By : Harapriya Sethi | April 5, 2025 12:54 PM

ଭୁବନେଶ୍ୱର,୦୫/୦୪: ପାଣିକୋଇଲି ଥାନା ପୁରୁଣା ଟୋଲଗେଟ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡ଼ି । ୪ ବର୍ଷର ପୁଅ ଆଗରେ ଚାଲିଗଲା ମାଆର ଜୀବନ । ଦୁର୍ଘଟଣାରେ ଗୁରୁତର ହୋଇଥିବା ବାପାଙ୍କର ଚିକିତ୍ସାଧୀନ ଅବସ୍ଥାରେ ହେଲା ମୃତ୍ୟୁ । ମୃତ ଦମ୍ପତିଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ପୁରୁଣା ଟୋଲଗେଟ୍‌ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବତ, ଗୋଟିଏ ପରିବାରର ବାପା, ମାଆ ଓ ତାଙ୍କର ଏକ ୪ ବର୍ଷର ଶିଶୁପୁତ୍ର ଏକ ବାଇକ୍‌ ଯୋଗେ କୁଆଖିଆ ଆଡୁ ପାଣିକୋଇଲି ଅଭିମୁଖେ ଯାଉଥିଲେ । ଏହି ସମୟରେ ପୁରୁଣା ଟୋଲଗେଟ୍‌ ନିକଟରେ ହଠାତ୍ ଏକ ଅଜଣା ଗାଡି ବାଇକ୍‌ଟିକୁ ଧକ୍କା ଦେଇ ଫେରାର୍‌ ହୋଇଥିଲା । ଘଟଣାସ୍ଥଳରେ ମାଙ୍କର ମୃତ୍ୟ ହୋଇଥିବା ବେଳେ ସ୍ଥାନୀୟ ସ୍ୱେଚ୍ଛାସେବୀ ଓ ପୋଲିସ ସହାୟତାରେ ଗୁରୁତର ବାପାଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ୪ ବର୍ଷର ଶିଶୁପୁତ୍ରକୁ ପାଣିକୋଇଲି ପୋଲିସ ହେପାଯତକୁ ନେଇ ଥାନାରେ ରଖାଯାଇଛି । ଏହା ଶହ ମୃତଦେହ ଦ୍ୱୟ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.